• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ସଂଗ୍ରାମୀ ଗ୍ରାମ ସ୍ୱାସ୍ଥ୍ୟକେନ୍ଦ୍ର ପ୍ରତି ଅବହେଳା ଅଭିଯୋଗ

July 27, 2012 by admin

ଓଡ଼ିଶା ଡ଼ଟ୍ କମ୍ : ଶାନ୍ତନୁ ବିଶ୍ୱାଳ

ବରଗଡ଼, ଜୁଲାଇ ୨୭(ଓଡ଼ିଶା ଡ଼ଟ୍ କମ୍) ବରଗଡ଼ ଜିଲ୍ଲା ସଂଗ୍ରାମୀ ଗ୍ରାମ ପାଣିମୋରା ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାଂଶ ସମୟରେ ବନ୍ଦ ରହୁଥିବା ବେଳେ ଏଠାରେ ନିଯୁକ୍ତ ଡ଼ାକ୍ତର ସପ୍ତାହକୁ କେବଳ ତିନିଦିନ ଆସନ୍ତି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି ।

ଏହି ଅଭିଯୋଗ ପରେ ଶୁକ୍ରବାର ଗ୍ରାମର ଦୁଇ ଜଣ ସ୍ୱାଧୀନତା ସଂଗ୍ରାମୀ ଦୟାନିଧି ନାଏକ ଓ ଜିତେନ୍ଦ୍ର ପ୍ରଧାନଙ୍କୁ ଧରି କିଛି ବ୍ୟକ୍ତି ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ସାକ୍ଷାତ କରିଥିଲେ ।

ଫଳରେ ଦୁଇ ସ୍ୱାଧିନତା ସଂଗ୍ରାମୀ ଗ୍ରାମର ସ୍ୱାସ୍ଥ୍ୟକେନ୍ଦ୍ରର ଅବ୍ୟବସ୍ଥା ସମ୍ପର୍କରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ସାକ୍ଷାତ କରିବାକୁ ଆସିଥିବା ବେଳେ ଚିକିତ୍ସାଳୟରେ ଡାକ୍ତରମାନେ ଏହି ସୁଯୋଗକୁ ହାତଛଡ଼ା ନକରି ଦୁଇ ସଂଗ୍ରାମୀଙ୍କ ସ୍ୱାସ୍ଥ୍ୟ ପରିକ୍ଷା କରିଥିଲେ ।

ସ୍ୱାସ୍ଥ୍ୟ ପରୀକ୍ଷା ପରେ ଚିକିତ୍ସାଳୟ ପକ୍ଷରୁ ସେମାନଙ୍କୁ ସମସ୍ତ ଔଷଧ ପତ୍ର ଯୋଗାଇ ଦିଆଯାଇଥିଲା ଏବଂ କର୍ଣ୍ଣ ପରୀକ୍ଷା ପରେ ଉଭୟଙ୍କୁ ଶ୍ରବଣ ଯନ୍ତ୍ର ପ୍ରଦାନ କରାଯାଇଥିଲା ।

ଆଗାମୀ ସ୍ୱାଧିନତା ଦିବସ ପାଳନ ପୂର୍ବରୁ ରାଜ୍ୟରେ ଜୀବିତ ଥିବା ସମସ୍ତ ସ୍ୱାଧିନତା ସଂଗ୍ରାମୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବା ପାଇଁ ରାଜ୍ୟ ସରକାର ସମସ୍ତ ଜିଲ୍ଲା ମୁଖ୍ୟଚିକିତ୍ସାଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ମାହାତ୍ମା ଗାନ୍ଧୀଙ୍କ ଦ୍ୱାରାଅନୁପ୍ରାଣିତ ହୋଇ ପାଣିମୋରା ଗ୍ରାମରୁ ୩୨ଜଣ ଭାରତର ସ୍ୱାଧିନତା ସଂଗ୍ରାମରେ ଅଂଶଗ୍ରହଣ କରି କାରାବରଣ କରିଥିଲେ । ସେମାନଙ୍କ ମଧ୍ୟରୁ ଆଜି କେବଳଦୁଇଜଣ ଜୀବିତ ଅଛନ୍ତି ।

ଏହିପରି ଏକ ସଂଗ୍ରାମୀ ଗ୍ରାମର ସ୍ୱାସ୍ଥ୍ୟକେନ୍ଦ୍ର ପ୍ରତି ସ୍ୱାସ୍ଥ୍ୟ ବିଭାଗର ଏଭଳି ଅବହେଳା ଅତ୍ୟନ୍ତ ଦୁଃଖର ବିଷୟ ବୋଲି ସ୍ଥାନୀୟ ଲୋକମାନେ କହିଛନ୍ତି ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ଓଡିଶା ଖବର, ମୁଖ୍ୟ ଖବର Tagged With: ବରଗଡ଼, ସ୍ୱାଧୀନତା ସଂଗ୍ରାମୀ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version