• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

କୋଇଲା ଦୁର୍ନୀତି :୧୫ରେ ବିଜେପିର ଧାରଣା

September 12, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର,ସେପ୍ଟେମ୍ବର ୧୨(ଓଡ଼ିଶା ଡ଼ଟ୍ କମ୍)-କୋଇଲା ଦୁର୍ନୀତିରେ ସଂପୃକ୍ତ କେନ୍ଦ୍ର ଏବଂ ଓଡ଼ିଶା ସରକାରଙ୍କ ବିରୋଧରେ ରାଜ୍ୟ ବିଜେପି ପକ୍ଷରୁ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରାଯିବାକୁ ନିଷ୍ପତି ହୋଇଛି ।

କୋଇଲା ଦୁର୍ନୀତି ପ୍ରତିବାଦରେ ଆସନ୍ତା ୧୫ ତାରିଖରେ ଦଳ ପକ୍ଷରୁ ଲୋୟର ପିଏମଜିରେ ଗଣଧାରଣା କାର୍ଯ୍ୟକ୍ରମ କରାଯିବାକୁ ସ୍ଥିର କରାଯାଇଛି । ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ଏକ ବୈଠକରେ କୋଇଲା ଦୁର୍ନୀତିରେ ପ୍ରଧାନମନ୍ତ୍ରୀ ଏବଂ ଓଡ଼ିଶାର ମୁଖ୍ୟମନ୍ତ୍ରୀ ସଂପୃକ୍ତ ଥିବା ବିଜେପି ନେତାମାନେ ଅଭିଯୋଗ କରିଥିଲେ ।

କୋଇଲା ବ୍ଲକ ଆବଣ୍ଟନ ନେଇ ମୁଖ୍ୟମନ୍ତ୍ରୀ କେତେକ ଘରୋଇ ସଂସ୍ଥା ପାଇଁ ସୁପାରିଶ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ସେମାନେ କହିଥିଲେ । ଏହି ଦୁର୍ନୀତିରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ସଂପୃକ୍ତ ଥିବା ଦୃଷ୍ଟିରୁ ବିଜେପି ପକ୍ଷରୁ ଏହାକୁ ବିରୋଧ କରି ଗଣଧାରଣାର ଆୟୋଜନ କରାଯାଇଥିବା ଳର ରାଜ୍ୟ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ।

ଧାରଣା କାର୍ଯ୍ୟକ୍ରମରେ ଦଳର ସମସ୍ତ ରାଜ୍ୟସ୍ତରୀୟ ନେତା ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଦଳର ରାଜ୍ୟ ସଭାପତି ଜୁଏଲ ଓରାମଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବିଶ୍ୱଭୂଷଣ ହରିଚନ୍ଦନ, ପଞ୍ଚାନନ ରାଉତ, ନୟନ ମହାନ୍ତି, ବିଜୟଲକ୍ଷ୍ମୀ ମିଶ୍ର, ଗୋଲକ ମହାପାତ୍ର ଓ ଅମୀୟ ଦାଶ ପ୍ରମୁଖ ଉପସ୍ଥିତ ଥିଲେ ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ଓଡ଼ିଶା ସରକାର, କୋଇଲା ଦୁର୍ନୀତି

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version