• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ପ୍ରଶ୍ନପତ୍ର ଚୋରି ଘଟଣାରେ ପିଅନ, ରାତ୍ର ଜଗୁଆଳି ଗିରଫ

October 13, 2012 by ଓଡିଶା ଡଟ କମ Leave a Comment

ଓଡିଶା ଡଟ୍ କମ୍ ସମ୍ବାଦଦାତା

କାକଟପୁର,ଅକ୍ଟୋବର ୧୩ (ଓଡିଶା ଡଟ୍ କମ୍ )- ବହୁଚର୍ଚ୍ଚିତ ହାଇସ୍କୁଲ ସାର୍ଟିଫିକେଟ ବାର୍ଷିକ ପରୀକ୍ଷା ପ୍ରଶ୍ନପତ୍ର ଚୋରି ଘଟଣାରେ ଦୁଇଜଣ ଅଭିଯୁକ୍ତ ପୁରୀ ଜିଲା କାକଟପୁର ନିକଟସ୍ଥ ବାଜପୁର ଭଗବତୀ ବିଦ୍ୟାପୀଠର ପିଅନ ରୋହିତ ଭୋଇ ଓ ରାତ୍ର ଜଗୁଆଳି ପତିତପାବନ ଚାନ୍ଦଙ୍କୁ କ୍ରାଇମବ୍ରାଞ୍ଚ ପୁଲିସ ଗିରଫ କରିଛି ।

ଚଳିତ ବର୍ଷ ମାର୍ଚ୍ଚ ୨୧ ତାରିଖରେ ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ବାଜପୁର ଭଗବତୀ ବିଦ୍ୟାପୀଠରୁ ଚୋରି ହୋଇଯିବାରୁ ସମଗ୍ର ରାଜ୍ୟରେ ୨୫ଦିନ ପରେ ଆଉଥରେ ପରୀକ୍ଷା କରାଇବାକୁ ପଡିଥିଲା ।

ରାଜ୍ୟ ସରକାର ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେବା ପରେ କ୍ରାଇମବ୍ରାଞ୍ଚ ଆଇଜି ବିଜୟ ଶର୍ମାଙ୍କ ପ୍ରତ୍ୟକ୍ଷ ତଦାରଖରେ ମାମଲାର ତଦନ୍ତ ଚାଲିଛି ।

କ୍ରାଇମବ୍ରାଞ୍ଚ ଡିଏସପି ବି.ପି. ଚକ୍ରବର୍ତୀଙ୍କ ନେତୃତ୍ୱରେ ଏକ ଦଳ ଶୁକ୍ରବାର ଦିନ ଏ ଦୁଇଜଣଙ୍କୁ ଗିରଫ କରିବା ସହ କୋର୍ଟ ଚାଲାଣ କରିଛନ୍ତି ।

ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ପ୍ରିୟରଞ୍ଜନ ମିଶ୍ର ସେମାନଙ୍କ ଜାମିନ ଆବେଦନ ଖାରଜ କରିଦେବାରୁ ଉଭୟଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି ।

କ୍ରାଇମବ୍ରାଞ୍ଚ ଡିଏସପି ଶ୍ରୀ ଚକ୍ରବର୍ତୀ କହିଛନ୍ତି ଯେ ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ଏବେବି ଫେରାର ରହିଛି ଖୁବଶୀଘ୍ର ସେ ଗିରଫ ହେବେ ବୋଲି ଆଶା କରାଯାଉଛି ।

ଓଡିଶା ଡଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ଓଡିଶା ଖବର Tagged With: କୋର୍ଟ, କ୍ରାଇମବ୍ରାଞ୍ଚ, ପ୍ରଶ୍ନପତ୍ର ଚୋରି

About ଓଡିଶା ଡଟ କମ

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version