• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
  • କପି ରାଇଟ
  • ଓଡିଆ ଶିକ୍ଷା
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଓଡିଶାରେ ୪ଟି ନୂତନ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ଦାବୀ

November 2, 2012 by ଓଡିଶା ଡଟ କମ Leave a Comment

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର,ନଭେମ୍ବର ୨ (ଓଡ଼ିଶା ଡ଼ଟ୍ କମ୍)– ଓଡିଶାରେ ୪ ଟି ନୂତନ ମେଡିକାଲ କଲେଜ ପ୍ରତିଷ୍ଠା କରିବା ନିମନ୍ତେ କେନ୍ଦ୍ର ସରକାର ଶତ ପ୍ରତିଶତ ସହାୟତା ପ୍ରଦାନକରିବାକୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡାଃ ଦାମୋଦର ରାଉତ ଦାବି କରିଛନ୍ତି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ତରଫରୁ ନୂଆଦିଲ୍ଲୀ ଠାରେ ଆୟୋଜିତ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ଓ ସଚିବ ମାନଙ୍କ ଦୁଇଦିନିଆ ବୈଠକରେ ଯୋଗ ଦେଇ ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ଡାଃ ରାଉତ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିବା ସହିତ ଏହି ଦାବି କରିଛନ୍ତି ।

ଗତ କାଲି ବୈଠକରେ ସେ ଓଡିଶାର ସ୍ୱାସ୍ଥ୍ୟ ସେବା ସଂପର୍କରେ ଆଲୋକପାତ କରି କହିଛନ୍ତି ଯେ ଓଡିଶାରେ ଗତ ୧୧ ବର୍ଷ ମଧ୍ୟରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଅନେକ ଉନ୍ନତି ଆସିଛି ।

ବିଶେଷକରି ମାତୃ ଓ ଶିଶୁ ମୃତ୍ୟୁହାର ହ୍ରାସ କ୍ଷେତ୍ରରେ ନିୟମିତ ଭାବେ ହ୍ରାସ ପାଉଥିଲେ ମଧ୍ୟ ପ୍ରକୃତ ଲକ୍ଷ୍ୟ ହାସଲ ଦିଗରେ ଉଦ୍ୟମ ଅବ୍ୟାହତ ରହିଛି । ଆନୁଷ୍ଠାନିକ ପ୍ରସବ ହାର ୮୫ ପ୍ରତିଶତରେ ପହଞ୍ଚିଛି ।

ଜାତୀୟ ଗ୍ରାମୀଣ ସ୍ୱାସ୍ଥ୍ୟ ମିଶନ ତରଫରୁ ଗ୍ରାମାଞ୍ଚଳରେ ନିୟୋଜିତ ୪୨ ହଜାରରୁ ଉର୍ଦ୍ଧ୍ଵ ଆଶା ସ୍ୱାସ୍ଥ୍ୟସେବାକୁ ଲୋକଙ୍କ ପାଖରେ ପହଞ୍ଚାଇବା ଦିଗରେ କାର୍ଯ୍ୟ କରୁଛନ୍ତି । ବିଶେଷ କରି ଗର୍ଭବତୀ ମହିଳା ଏବଂ ନବଜାତ ଶିଶୁଙ୍କ ସ୍ୱାସ୍ଥ୍ୟର ସୁରକ୍ଷା ପାଇଁ ସହାୟକ ହୋଇ ପାରିଛନ୍ତି ।

ତେବେ ରାଜ୍ୟର ସ୍ୱାସ୍ଥ୍ୟ ସେବାର ପରିସ୍ଥିତିକୁ ଦୃଷ୍ଟିରେ ରଖି ଏବଂ ଆବଶ୍ୟକତା ଅନୁଯାୟୀ ଡାକ୍ତର ଏବଂ ପାରାମେଡିକ ମାନଙ୍କ ଅଭାବ ଦୂର କରିବା ନିମନ୍ତେ ରାଜ୍ୟରେ ୪ଟି ସରକାରୀ ମେଡିକାଲ କଲେଜ ପ୍ରତିଷ୍ଠା କରିବା ପାଇଁ କେନ୍ଦ୍ରସରକାର ଶତ ପ୍ରତିଶତ ସହାୟତା ପ୍ରଦାନ କରିବାକୁ ସେ ଦାବି କରିବା ସହିତ ଅଧିକ ଏ.ଏନ୍.ଏମ୍ ଏବଂ ଜି.ଏନ୍.ଏମ୍ ତାଲିମ୍ କେନ୍ଦ୍ର ପ୍ରତିଷ୍ଠା ନିମନ୍ତେ ମଞ୍ଜୁରୀ ପ୍ରଦାନ କରିବାକୁ କହିଛନ୍ତି ।

ସେହିପରି ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ଜାତୀୟ ଗ୍ରାମୀଣ ସ୍ୱାସ୍ଥ୍ୟ ମିଶନ ପାଇଁ ରାଜ୍ୟ ସରକାରଙ୍କ ଅଂଶଧନ ୨୫ ପ୍ରତିଶତରୁ ୧୫ ପ୍ରତିଶତକୁ ହ୍ରାସ କରିବାକୁ କେନ୍ଦ୍ରସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ।

ଆହୁରିମଧ୍ୟ ରାଜ୍ୟର ସରକାରୀ ମେଡିକାଲ କଲେଜ ଓ ହସପିଟାଲରେ ଆଞ୍ଚଳିକ ଜରା ଓ କର୍କଟ କେନ୍ଦ୍ର ପ୍ରତିଷ୍ଠାକରାଯିବା , ଯୋଗ ଓ ନେଚରପାଥି କେନ୍ଦ୍ର ପ୍ରତିଷ୍ଠା କରାଯିବା ଏବଂ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ କାର୍ଯ୍ୟକାରୀ କରାଯାଉଥିବା ବିଭିନ୍ନ କାର୍ଯ୍ୟକ୍ରମ ପାଇଁ ଅଧିକ କେନ୍ଦ୍ରିୟ ସହାୟତା ପ୍ରଦାନକରିବାକୁ କେନ୍ଦ୍ର ନିକଟରେ ଦାବି କରିଛନ୍ତି ।

ଏହି ବୈଠକରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଏବଂ ଜାତୀୟ ଗ୍ରାମୀଣ ସ୍ୱାସ୍ଥ୍ୟ ମିଶନ ନିଦେ୍ର୍ଧଶକ ଡାଃ ପ୍ରମୋଦ ମେହେର୍ଦ୍ଧା ମଧ୍ୟ ଯୋଗ ଦେଇଛନ୍ତି ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ଓଡିଶା ଖବର Tagged With: କେନ୍ଦ୍ର ସରକାର, ମେଡିକାଲ କଲେଜ

About ଓଡିଶା ଡଟ କମ

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version