Site icon Odisha.com

୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ମେଘୁଆ ରହିବ ପାଗ

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର,ନଭେମ୍ବର ୩ (ଓଡ଼ିଶା ଡ଼ଟ୍ କମ୍)–ଲଘୁଚାପ ଓ ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ମେଘୁଆ ପାଗ ସାଙ୍ଗକୁ ବର୍ଷା ଲାଗି ରହିଛି । ଏବେ ଘୂର୍ଣ୍ଣିବଳୟ ସକ୍ରିୟ ଥିବାରୁ ସାରା ରାଜ୍ୟରେ ବର୍ଷା ହୋଇଥିବା ସୂଚନା ମିଳିଛି ।

ରାଜ୍ୟର ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଗୋପାଳପୁରରେ ସର୍ବାଧିକ ୧୨୩ ମିଲିଲିଟର, ପୁରୀରେ ୧୧୭ ମିଲିଲିଟର ରାଜଧାନୀ ଭୁବନେଶ୍ୱର ୮୭ ମିଲିଲିଟର ବର୍ଷା ରେକର୍ଡ କରାଯାଇଛି ।

ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମେଘୁଆ ରହିବ ।

ଓଡ଼ିଶା ଡ଼ଟ୍ କମ୍

Exit mobile version