• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ନୂଆପଡା ଜିଲ୍ଲା ବନ୍ଦ ଶାନ୍ତିପୂର୍ଣ୍ଣ

December 10, 2012 by ଓଡିଶା ଡଟ କମ Leave a Comment

ଓଡିଶା ଡଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର,ଡିସେମ୍ବର ୧୦(ଓଡିଶା ଡଟ୍ କମ୍ )-ଧାନବିକ୍ରୀ ଉପରେ କୁଇଣ୍ଟାଲ ପିଛା ୩ଶହ ଟଙ୍କା ବୋନସ ଦାବି ନେଇ ଜିଲ୍ଲା କଂଗ୍ରେସ ପକ୍ଷରୁ ସୋମବାର ଦିନ ନୂଆପଡା ବନ୍ଦ ଶାନ୍ତିପୂର୍ଣ୍ଣ ଭାବେ ପାଳନ କରାଯାଇଛି ।

ଜିଲ୍ଲାର ୫ଟି ବ୍ଲକରେ କଂଗ୍ରେସ କର୍ମୀଙ୍କ ପକ୍ଷରୁ ଏହି ବନ୍ଦ ପାଳନ କରାଯାଇଥିଲା । ଗାଡି ଚଳାଚଳ ସଂପୂର୍ଣ୍ଣ ବନ୍ଦ ଥିବାରୁ ଯାତ୍ରୀମାନେ ଯାତାୟତ କରିବା ସମସ୍ୟାର ସମ୍ମୁଖୀନ ହୋଇଥିଲେ ।

ଦଳର କର୍ମୀମାନେ ସକାଳ ୬ଟାରୁ ଏକତା ଛକ ସମେତ ବିଭିନ୍ନ ସ୍ଥାନରେ ରାସ୍ତାରୋକ ଓ ପିକେଟିଂ କରି ଦୋକାନ ବଜାର,ଗାଡି ମୋଟର,ସରକାରୀ ଓ ବେସରକାରୀ ଅଫିସ୍,ଶିକ୍ଷାନୁଷ୍ଠାନ ବନ୍ଦ କରିଥିଲେ ।

ଜିଲ୍ଲା କଂଗ୍ରେସ ସଭାପତି ସରୋଜ କୁମାର ସାହୁ ଏ ବନ୍ଦ ସଂପର୍କରେ ଓଡିଶା ଡଟ୍ କମ୍ କୁ କହିଛନ୍ତି ଯେ,ରାଜ୍ୟ ସରକାର ସବୁବେଳେ ଚାଷୀଙ୍କ ପ୍ରତି ଅବହେଳା କରି ଆସୁଛନ୍ତି । ବାରମ୍ବାର କ୍ଷତିର ସମ୍ମୁଖୀନ ହୋଇ ଚାଷୀମାନଙ୍କ ଆର୍ଥିକ ଅବସ୍ଥା ଶୋଚନୀୟ ହୋଇପଡିଛି । ସରକାର ତାଙ୍କୁ ପ୍ରୋତ୍ସାହନ ଦେବା ବଦଳରେ ଶୋଷଣ କରି ଚାଲିଛନ୍ତି ।

ନୂଆପଡା ଜିଲ୍ଲାରେ ଧାନର ଅଭାବ ବିକ୍ରି,ଦଲାଲ,ମିଲର ଓ ଅସାଧୁ କର୍ମଚାରୀଙ୍କ ମେଣ୍ଟ ଯୋଗୁଁ ଚାଷୀ ତଳିତଳାନ୍ତ ହେବାକୁ ବସିଛି । ଏସବୁ ପ୍ରତିବାଦ କରିବା ସହ ଚାଷୀଙ୍କୁ ସେମାନଙ୍କ ହକ୍ ଦେବା ଉଦେ୍ଧଶ୍ୟରେ ଏହି ବନ୍ଦ ପାଳନ କରାଯାଇଛି ।

ଓଡିଶା ଡଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ଓଡିଶା ଖବର Tagged With: କଂଗ୍ରେସ, ଚାଷୀ, ନୂଆପଡା ଜିଲ୍ଲା, ସରକାରୀ

About ଓଡିଶା ଡଟ କମ

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version