Site icon Odisha.com

ଅପ୍ରାକୃତିକ ଯୌନ କ୍ରିୟା: ଓୟୁଏଟି ପ୍ରଫେସରଙ୍କ ବିରୁଦ୍ଧରେ ଚାରୋଟି ମାମଲା

ଓଡିଶା ଡଟ କମ ସଂବାଦ ଦାତା

ଭୁବନେଶ୍ଵର, ମଇ ୪ (ଓଡିଶା ଡଟ କମ) କେତେକ ଛାତ୍ରଙ୍କ ସହ ବଳପୂର୍ବକ ଅପ୍ରାକୃତିକ ଯୌନକ୍ରିୟା କରିଥିବା ଅଭିଯୋଗ ପରେ ଭୁବନେଶ୍ୱର ସ୍ଥିତ ଓଡିଶା କୃଷି ଓ ବୈଷୟିକ ବିଶ୍ଵ ବିଦ୍ୟାଳୟର (ଓୟୁଏଟି) ଜଣେ ସହ ପ୍ରାଧ୍ୟାପକଙ୍କ ବିରୁଦ୍ଧରେ ଚାରୋଟି ମାମଲା ରୁଜୁ କରିଥିବା ପୁଲିସ ସୋମବାର କହିଛି ।

ସେଠାରେ ପଢୁଥିବା ସାତ ଜଣ ଛାତ୍ର ତାଙ୍କ ଉପରେ ଯୌନ ଉତ୍ପୀଡନ ହୋଇଥିବା ଗତ ମାସ ଆଠ ତାରିଖରେ ଅଭିଯୋଗ କଲା ପରେ ବିଶ୍ୱବିଦ୍ୟାଳୟ ଏହାର ତଦନ୍ତ ପାଇଁ ଏକ କମିଟି ନିଯୁକ୍ତି କରିଥିଲା । କମିଟିର ରିପୋର୍ଟ ଆଧାରରେ ରସାୟନ ବିଦ୍ୟା ବିଭାଗର ସହ ପ୍ରାଧ୍ୟାପକ ପ୍ରଦୀପ ଜେନାଙ୍କୁ ନିଲମ୍ବିତ କରା ଯାଇଥିଲା ।

ଯଦିଓ ସହ ପ୍ରାଧ୍ୟାପକଙ୍କ ବିରୁଦ୍ଧରେ ଯୌନ ଉତ୍ପୀଡନ ଦେବା ନେଇ କୌଣସି ପ୍ରମାଣ ମିଳି ନ ଥିଲା, ତେବେ ସେ ପରୀକ୍ଷା ସମୟରେ କପି କରିବାକୁ ସୁଯୋଗ ଦେବା ଓ କିଛି ଛାତ୍ରଙ୍କୁ ବାଡେଇବା ସପକ୍ଷରେ ଆପାତତଃ ପ୍ରମାଣ ମିଳିବାରୁ ତାଙ୍କୁ ଶୁକ୍ରବାର ନିଲମ୍ବିତ କରାଯାଇଥିଲା ।

ବିଶ୍ୱବିଦ୍ୟାଳୟ କତ୍ତୃପକ୍ଷ ସ୍ଥାନୀୟ ଖଣ୍ଡଗିରି ଥାନାକୁ ଘଟଣାର ତଦନ୍ତ ପାଇଁ ଅନୁରୋଧ କଳା ପରେ ପୁଲିସ ଜେନାଙ୍କ ବିରୁଦ୍ଧରେ ଚାରୋଟି ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ।

ଓଡିଶା ଡଟ କମ

Exit mobile version