Site icon Odisha.com

ପୂର୍ବତନ ମନ୍ତ୍ରୀ ଦ୍ରୌପଦୀ ମୁର୍ମୁ ଝାଡଖଣ୍ଡ ରାଜ୍ୟପାଳ

ଓଡିଶା ଡଟ କମ ସଂବାଦ ଦାତା

ନୂଆଦିଲ୍ଲୀ, ମଇ ୧୨ (ଓଡିଶା ଡଟ କମ) ଓଡିଶାର ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ଆଦିବାସୀ ନେତ୍ରୀ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ମଙ୍ଗଳବାର ଝାଡ଼ଖଣ୍ଡର ରାଜ୍ୟପାଳ ଭାବେ ନିଯୁକ୍ତ କରିଛନ୍ତି । ରାଷ୍ଟ୍ରପତି ଭବନରୁ ଏ ସମ୍ପର୍କରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଏହି ନିଯୁକ୍ତି ପରେ ମୁର୍ମୁ ଦେଶର ପ୍ରଥମ ଆଦିବାସୀ ମହିଳା ରାଜ୍ୟପାଳ ହେବାର ସୌଭାଗ୍ୟ ଲାଭ କରିଛନ୍ତି ।

ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ଜନତା ପାର୍ଟିର ସଦସ୍ୟ ଭାବେ ବିଧାନସଭାରେ ୨୦୦୦ ରୁ ୨୦୦୪ ଓ ପୁନର୍ବାର ୨୦୦୪ ରୁ ୨୦୦୯ ପ୍ରତିନିଧିତ୍ଵ କରିଥିବା ମୁର୍ମୁ ,୫୭ ରାଜ୍ୟର ବାଣିଜ୍ୟ ଓ ପରିବହନ ଓ ପରେ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ଵ ତୁଲାଇବା ସହ ବହୁ ଗୁରୁତ୍ଵ ପୂର୍ଣ କମିଟି ର ସଦସ୍ୟ ରହିଥିଲେ  ।

ବିଏ ପାସ କରିଥିବା ଏହି ଆଦିବାସୀ ନେତ୍ରୀ ତାଙ୍କର ରାଜନୈତିକ ଜୀବନ ରାଇରଙ୍ଗପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ଉପାଧ୍ୟକ୍ଷ ଭାବେ ଆରମ୍ଭ କରିଥିଲେ ।

କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ  ମୁର୍ମୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି  ।

ଓଡିଶା ଡଟ କମ

Exit mobile version