• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଟିଟିଲାଗଡରେ ତାପମାତ୍ରା ୪୪ ଡିଗ୍ରୀ, ଜାରି ରହିବ ଗ୍ରୀଷ୍ମ ପ୍ରବାହ

May 20, 2015 by News Bureau Leave a Comment

ଓଡିଶା ଡଟ କମ ସଂବାଦ ଦାତା

ଭୁବନେଶ୍ଵର, ମଇ ୨୦ (ଓଡିଶା ଡଟ କମ)ବୁଧବାର ରାଜ୍ୟର ସର୍ବାଧିକ ୪୪ ଡିଗ୍ରୀ ତାପମାତ୍ରା ଟିଟିଲାଗଡରେ ରେକର୍ଡ କରାଯାଇଥିବା ବେଳେ, ଆଗାମୀ ଏକ ସପ୍ତାହ ଧରି ଅଧିକାଂଶ ସ୍ଥାନରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିବ ଓ କେତେକ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୨ ରୁ ୪୪ ଡିଗ୍ରୀ ମଧ୍ୟରେ ରହିପାରେ ବୋଲି ପାଣିପାଗ ବିଭାଗ ଗୁରୁବାର କହିଛି ।

ଉତ୍ତର ପଶ୍ଚିମ ଦିଗରୁ ପ୍ରବଳ ଉତ୍ତପ୍ତ ପବନ ଓଡିଶା ଉପକୂଳ ଦେଇ ପ୍ରବାହିତ ହେଉଛି । ଆକାଶ ସଫା ଥିବା ଯୋଗୁଁ ଏହି ପରିସ୍ଥିତିରେ କୌଣସି ପରିବର୍ତ୍ତନ ହେଉନଥିବା ଏହି ବିଭାଗ କହିଛି ।

ଠିକ ସେହି ପରି ବଂଗୋପସାଗରର ପୂର୍ବ କେନ୍ଦ୍ରୀୟ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସ୍ତୃଷ୍ଟି ହୋଇଥିବାରୁ ପରବର୍ତ୍ତୀ ସମୟରେ ଦୁଇଦିନ ମଧ୍ୟରେ ସେଠାରେ ଏକ ଲଘୁଚାପ ସ୍ତୃଷ୍ଟି ହେବାର ସମ୍ଭାବନା ରହିଛି ।

ଫଳରେ ଉତ୍ତର ପଶ୍ଚିମ ଦିଗରୁ ରାଜ୍ୟ ଉପକୂଳ ଦେଇ ପ୍ରବାହିତ ହେଉଥିବା ଶୁଖିଲା ଓ ଉତ୍ତପ୍ତ ପବନ ଜାରି ରହିବ । ଏହାର ପ୍ରଭାବରେ ଉପକୂଳ ଓ ଆଭ୍ୟନ୍ତରୀଣ ଅଞ୍ଚଳରେ ଉଭୟ ଦିନ ଓ ରାତ୍ରିରେ ପ୍ରବଳ ଗରମ ଲାଗିରହିବ ।

ବୁଧବାର ସମ୍ବଲପୁର, ସୋନପୁର, ଓ ଭବାନୀପାଟଣାରେ ମଧ୍ୟ ଦିନର ସର୍ବୋଛ ତାପମାତ୍ରା ୪୩ ଡିଗ୍ରୀ ରୁ ଉପରେ ରହିଥିଲା ।

ଓଡିଶା ଡଟ କମ

News Bureau
News Bureau

Filed Under: ପରିବେଶ Tagged With: ଗ୍ରୀଷ୍ମ ପ୍ରବାହ, ତାପମାତ୍ରା ୪୪ ଡିଗ୍ରୀ

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version