• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ପର୍ଶୁରାମ ହତ୍ୟାକାଣ୍ଡରେ ଦୋଷୀ ସାବ୍ୟସ୍ତ ଶେଷ ବ୍ୟକ୍ତିର ଆତ୍ମସମର୍ପଣ

June 12, 2015 by News Bureau Leave a Comment

ଓଡିଶା ଡଟ କମ ସଂବାଦ ଦାତା

ବଲାଙ୍ଗିର,୧୨ ଜୁନ(ଓଡିଶା ଡଟ୍ କମ୍): ବଲାଙ୍ଗିର ଜିଲ୍ଲାରେ ଘଟିଥିବା ୪୧ ବର୍ଷ ତଳର ଚର୍ଚିତ ପର୍ଶୁରାମଙ୍କ ହତ୍ୟାକାଣ୍ଡରେ ଦୋଷୀ ସାବ୍ୟସ୍ତ ହୋଇଥିବା ତୃତୀୟ ଏବଂ ଶେଷ ବ୍ୟକ୍ତି ପୂର୍ବତନ ବିଧାୟକ ପ୍ରାସନ୍ନ ପାଲ ଶୁକ୍ରବାର ଏକ ସ୍ଥାନୀୟ ଅଦାଲତରେ ଆତ୍ମସମର୍ପଣ କରିଛନ୍ତି ।

ପୂର୍ବରୁ ଏହି ହତ୍ୟାକାଣ୍ଡରେ ଦୋଷୀ ସାବ୍ୟସ୍ତ ହୋଇଥିବା ଓ ଜୀବିତ ଥିବା ତିନି ଜଣଙ୍କ ମଧ୍ୟରୁ ଧୋବେଇ ପୋଢଙ୍କୁ ପୋଲିସ ଗିରଫ କରିଥିବାବେଳେ ଗତ ବୁଧବାର ଆର୍ତ୍ତତ୍ରାଣ ସିଂଦେଓ ବଲାଙ୍ଗିର ଦୌରାଜଜଙ୍କ ଅଦାଲତରେ ଆତ୍ମସମର୍ପଣ କରିଥିଲେ ।

ସୂଚନା ଯୋଗ୍ୟ ଯେ ପରଶୁରାମ ଶତପଥି ନାମକ ଭାରତୀୟ ଲୋକ ଦଳ ପାର୍ଟିର ସହରର ଜଣେ ଜଣାଶୁଣା ଯୁବ ନେତା ତଥା ସାମ୍ବାଦିକଙ୍କ ଉପରେ ୨୯ ନଭେମ୍ବର ୧୯୭୪ ମସିହାରେ କେତେକ ଲୋକ ଜିପ ଚଢାଇ ମାରିଥିବାର ଅଭିଯୋଗ ହୋଇଥିଲା । ହତ୍ୟା କରିବା ପୂର୍ବରୁ ସେମାନେ ତାଙ୍କୁ ବାରମ୍ବାର ଧମକ ଦେଇଥିବା ମଧ୍ୟ ଅଭିଯୋଗ ହୋଇଥିଲା ।

ଏହି ମାମଲାରେ ପୂର୍ବରୁ ସ୍ଥାନୀୟ କୋର୍ଟ ଓ ପରେ ହାଇକୋର୍ଟ ପୁଲିସ ଚାର୍ଜସିଟ ଦାଖଲ କରିଥିବା ଲୋକ ମାନଙ୍କୁ ଖଲାସ କରିଦେଇଥିଲେ । ତେବେ ସୁପ୍ରିମ କୋର୍ଟଙ୍କ ନିର୍ଦ୍ଦେଶ ପରେ ହାଇକୋର୍ଟ ଏହାର ପୁନଃ ଶୁଣାଣି କରି ନଅ ଜଣଙ୍କୁ ଆଜୀବନ ଜେଲ ଦଣ୍ଡ ଶୁଣାଇଥିଲେ ।

ତେବେ ସଜା ପାଇଥିବା ବ୍ୟକ୍ତି ଙ୍କ ମଧ୍ୟରୁ ଛଅ ଜଣଙ୍କର ଏହା ମଧ୍ୟରେ ମୃତ୍ୟୁ ହୋଇସାରିଥିବା ବେଳେ, ଜୀବିତ ଥିବା ତିନି ଜଣ ହେଲେ ଧୋବେଇ ପୋଢ, ପୂର୍ବତନ ବିଧାୟକ ପ୍ରସନ୍ନ ପାଲ ଓ ଆର୍ତତ୍ରାଣ ସିଂହଦେଓ ।

ପୋଢଙ୍କୁ ତାଙ୍କ ଗାଁ ପୁଇଁତଳା ବ୍ଲକର କୁରେଇବାହାଲ ଗ୍ରାମରୁ ପୂର୍ବରୁ ଗିରଫ କରାଯାଇଥିବା ବେଳେ ଆର୍ତତ୍ରାଣ ସିଂହଦେଓ ସ୍ଥାନୀୟ ଦୌରାଜଜଙ୍କ ଅଦାଲତରେ ନିକଟରେ ଆତ୍ମସମର୍ପଣ କରିଥିଲେ ।

ଓଡିଶା ଡଟ କମ

News Bureau
News Bureau

Filed Under: ଅପରାଧ, ରାଜନୀତି Tagged With: ପର୍ଶୁରାମ, ହତ୍ୟାକାଣ୍ଡ

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version