• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
  • କପି ରାଇଟ
  • ଓଡିଆ ଶିକ୍ଷା
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଟାଇମ୍‍ସ ହାଇଅର ଏଜୁକେସନ୍‍ ର‌୍ୟାଙ୍କିଙ୍ଗ ୨୦୨୩ ବିଶ୍ୱ ରାଙ୍କିଙ୍ଗରେ ଉପରକୁ ଉଠିଲା କିଟ୍‍

October 12, 2022 by Jharana Jena Leave a Comment

ଭୁବନେଶ୍ୱର, ୧୨ ।୧୦: ଟାଇମ୍‍ସ ହାଇଅର ଏଜୁକେସନ୍‍ ବିଶ୍ୱ ବିଶ୍ୱବିଦ୍ୟାଳୟ ର‌୍ୟାଙ୍କିଙ୍ଗରେ ଉପରକୁ ଉଠିଛି କିଟ୍‍ ବିଶ୍ୱବିଦ୍ୟାଳୟ ।

ବୁଧବାର ଟାଇମ୍‍ସ ହାଇଅର ଏଜୁକେସନ୍‍ ବିଶ୍ୱ ବିଶ୍ୱବିଦ୍ୟାଳୟ ର‌୍ୟାଙ୍କିଙ୍ଗ- ୨୦୨୩ ପ୍ରକାଶିତ ହୋଇଥିବା ବେଳେ ଏଥିରେ କିଟ୍‍ ଅତ୍ୟଧିକ ଭଲ ପ୍ରଦର୍ଶନ କରିଛି ।

ପୂର୍ବବର୍ଷ କିଟ୍‍ ୮୦୧+ ସ୍ଥାନରେ ରହିଥିବା ବେଳେ ଏବର୍ଷ ୨ଶହ ର‌୍ୟାଙ୍କ ଉନ୍ନୀତ ହୋଇ ସମଗ୍ର ବିଶ୍ୱର ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରେ ୬୦୧+ ସ୍ଥାନ ପାଇଛି ।

ଶୈକ୍ଷିକ ପରିବେଶ, ଗବେଷଣା, ଆଦୃତି, ଅନ୍ତର୍ଜାତୀୟ ଦୃଷ୍ଟିକୋଣ ଓ ଇଣ୍ଡଷ୍ଟ୍ରି ଇନ୍‍କମ୍‍ ଆଦି ମାପଦଣ୍ଡକୁ ନେଇ ଟାଇମ୍‍ସ ହାଇଅର ଏଜୁକେସନ୍‍ ପକ୍ଷରୁ ବିଶ୍ୱର ବହୁ ବିଶ୍ୱବିଦ୍ୟାଳୟକୁ ନେଇ ଏହି ର‌୍ୟାଙ୍କ ପ୍ରସ୍ତୁତ କରାଯାଇଛି ।

ଚଳିତ ବର୍ଷ କିଟ୍‍ ରୌପ୍ୟ ଜୟନ୍ତୀ ପାଳନ କରୁଥିବା ବେଳେ କିଟ୍‍ ବିଶ୍ୱବିଦ୍ୟାଳୟକୁ ଏହି ସଫଳତା ମିଳିଥିବାରୁ କିଟ୍‍ର ସମସ୍ତ ଛାତ୍ରଛାତ୍ରୀ, ଅଭିଭାବକ, ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀଙ୍କ ମଧ୍ୟରେ ଆନନ୍ଦ ଖେଳାଇ ଦେଇଛି ।

ବିଶ୍ୱର ସମସ୍ତ ବିଶ୍ୱବିଦ୍ୟାଳୟକୁ ନେଇ ଟାଇମ୍‍ସ ହାଇଅର ଏଜୁକେସନ୍‍ ଏହି ର‌୍ୟାଙ୍କ ପ୍ରସ୍ତୁତ କରିଥାଏ । ପୂର୍ବବର୍ଷ ତୁଳନାରେ ଅଧିକ ଭଲ ପ୍ରଦର୍ଶନ କରି ଚଳିତବର୍ଷ ଦେଶର ପୂର୍ବାଞ୍ଚଳ ଓ ଓଡ଼ିଶା ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରେ କିଟ୍‍ ପ୍ରଥମ ସ୍ଥାନରେ ରହିପାରିଛି ।

କିଟ୍‍ ଖୁବ୍‍ କମ୍‍ ଦିନର ଏକ ବିଶ୍ୱବିଦ୍ୟାଳୟ ହୋଇଥିବା ବେଳେ ବିଶ୍ୱର ଲବ୍‍ଧ ପ୍ରତିଷ୍ଠିତ ଓ ପୁରାତନ ବିଶ୍ୱବିଦ୍ୟାଳୟଗୁଡ଼ିକ ସହ ସମକକ୍ଷ ହୋଇ ଏତେ ଉନ୍ନତ ପ୍ରଦର୍ଶନ କରିଥିବାରୁ ବହୁ ଶିକ୍ଷାବିତ୍‍ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ସାଧୁବାଦ ଜଣାଇଛନ୍ତି ।

ଶ୍ରୀ ସାମନ୍ତଙ୍କ ଦୂରଦୃଷ୍ଟି ପାଇଁ ଓଡ଼ିଶାର ଏହି ବିଶ୍ୱବିଦ୍ୟାଳୟ ଆଜି ବିଶ୍ୱର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟଗୁଡ଼ିକର ସମକକ୍ଷ ହେବା ସହ ପ୍ରତିଷ୍ଠିତ ଓ ପୁରାତନ ବିଶ୍ୱବିଦ୍ୟାଳୟକୁ ଅତିକ୍ରମ କରିପାରିଛି ବୋଲି ସେମାନେ ମତ ଦେଇଛନ୍ତି ।

ଏହି ସଫଳତା ପାଇଁ ଶ୍ରୀ ସାମନ୍ତ ବିଶ୍ୱବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କ ମିଳିତ ପ୍ରୟାସ ଯୋଗୁଁ ଏହା ସମ୍ଭବ ହୋଇପାରିଛି ବୋଲି କହିଛନ୍ତି ।

କିଟ୍‍ ବିଶ୍ୱବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, ଛାତ୍ରଛାତ୍ରୀ ଓ କର୍ମଚାରୀମାନେ ପ୍ରତିଷ୍ଠାତା ଶ୍ରୀ ସାମନ୍ତଙ୍କ ନିରନ୍ତର ପ୍ରଚେଷ୍ଟା ଓ ଦୂରଦୃଷ୍ଟିକୁ ସାଧୁବାଦ ଜଣାଇଛନ୍ତି । ଅପରପକ୍ଷରେ ଏହା କିଟ୍‍ର ସଫଳତା ବୋଲି ପ୍ରତିଷ୍ଠାତା ଶ୍ରୀ ସାମନ୍ତ କହିଛନ୍ତି ।

Jharana Jena
Jharana Jena

Filed Under: ଓଡିଶା ଖବର Tagged With: ଶିକ୍ଷା

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version