• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଅନୁଗୁଳ ଜିଲ୍ଲା

ଦୁର୍ଘଟଣାରେ ଦୁଇ ପରୀକ୍ଷାର୍ଥଙ୍କ ମୃତ୍ୟୁ, କ୍ଷତିପୂରଣ ଦାବି

April 16, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଅନୁଗୁଳ, ଅପ୍ରେଲ ୧୬(ଓଡ଼ିଶା ଡ଼ଟ୍ କମ୍) ଅନୁଗୁଳ ଜିଲ୍ଲାରେ ସୋମବାର ମ୍ୟାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ନେଇ ଯାଉଥିବା ଏକ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେବାରୁ ଦୁଇ ଜଣ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ପୋଲିସ କହିଛି |

ଛାତ୍ର ମାନଙ୍କୁ ନେଇ ଆସୁଥିବା ଗାଡ଼ିଟି ରେଙ୍ଗାଲି ଥାନା ଅନ୍ତର୍ଗତ ଗଣ୍ଡମାଳ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା । ଦୁର୍ଘଟଣାରେ ଅନ୍ୟ ୨୩ ଜଣ ଗୁରୁତର ଅବସ୍ଥାରେ ସ୍ଥାନୀୟ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି ।

ଏହାକୁ ନେଇ ସଂପୃକ୍ତ ଅଂଚଳରେ ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ଉତ୍ୟକ୍ତ ଲୋକମାନେ ରାସ୍ତା ଅବରୋଧ କରିବା ସହ ଦୁର୍ଘଟଣା ଘଟାଇଥିବା ଗାଡ଼ିଟିକୁ ପୋଡ଼ି ଦେଇଛନ୍ତି ।

ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଦୁଇ ଛାତ୍ରଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଦେବା ସହ ଶବ ସଂସ୍କାର ପାଇଁ ୨୫ ହଜାର, ପ୍ରତି ଆହତ ଛାତ୍ରଙ୍କ ପାଇଁ ୧ ଲକ୍ଷ ଟଙ୍କା କ୍ଷତିପୂରଣ ସହିତ ସମସ୍ତ ଚିକିତ୍ସା ଖର୍ଚ୍ଚ ସରକାରବହନ କରିବକୁ ସ୍ଥାନୀୟ ଲୋକମାନେ ଦାବି କରିଛନ୍ତି ।

ଓଡ଼ିଶା ଡ଼ଟ୍ କମ

admin
admin

Filed Under: ମୁଖ୍ୟ ଖବର Tagged With: ଅନୁଗୁଳ ଜିଲ୍ଲା, ମ୍ୟାଟ୍ରିକ୍ ପରୀକ୍ଷାର୍ଥୀ

ସ୍କୁଲରେ ବୋମା ବିସ୍ଫୋରଣ, ଚାରି ଛାତ୍ରଛାତ୍ରୀ ଗୁରୁତର

December 18, 2010 by ଓଡିଶା ଡଟ କମ Leave a Comment

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଅନୁଗୁଳ, ଡ଼ିସେମ୍ବର ୧୮(ଓଡ଼ିଶା ଡ଼ଟ୍ କମ୍) ଅନୁଗୁଳ ଜିଲ୍ଲାର ଏକ ସ୍କୁଲରେ ଶନିବାର ବୋମା ବିସ୍ଫୋରଣ ଘଟି ଚାରି ଜଣ ଛାତ୍ରଛାତ୍ରୀ ଗୁରୁତର ଆହତ ହୋଇଥିବା ପୋଲିସ କହିଛି ।

କରଡ଼ାପାଳ ପଞ୍ଚାୟତ ଅନ୍ତର୍ଗତ ବନ୍ଧକାନି ଠାରେ ଥିବା ଏମ୍.ଇ ସ୍କୁଲରେ ସକାଳୁ ଛାତ୍ରଛାତ୍ରୀମାନେ ସଫେଇ କରୁଥିବା ବେଳେ ଏହି ବିସ୍ଫୋରଣ ଘଟିଥିବା ଜଣେ ଅଧିକାରୀ କହିଛନ୍ତି ।

ଗୁରୁତର ଆହତଙ୍କ ମଧ୍ୟରେ ଦୁଇ ଜଣ ଛାତ୍ର ଓ ଦୁଇ ଜଣ ଛାତ୍ରୀ ଅଛନ୍ତି । ସେମାନଙ୍କୁ ଅନୁଗୁଳ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ମୁଖ୍ୟ ଖବର Tagged With: ଅନୁଗୁଳ, ଅନୁଗୁଳ ଜିଲ୍ଲା, ବିସ୍ଫୋରଣ, ମୁଖ୍ୟ ଖବର, ସ୍କୁଲ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ