• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଏଆଇଡ଼ିୱାଇଓ

କଟକ: ବିଦ୍ୟୁତ କାଟ୍ ବନ୍ଦ ପ୍ରତିବାରେ ବିକ୍ଷୋଭ

July 23, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

କଟକ, ଜୁଲାଇ ୨୩(ଓଡ଼ିଶା ଡ଼ଟ୍ କମ୍) ବର୍ଦ୍ଧିତ ବିଦ୍ୟୁତ୍ ଶୁଳ୍କ ତୁରନ୍ତ ପ୍ରତ୍ୟାହାର କରିବା ସହ ବିଦ୍ୟୁତ୍ କ୍ଷେତ୍ରରେ ଘରୋଇକରଣ ବାତିଲ କରିବା, ବିଦ୍ୟୁତ କାଟ ତୁରନ୍ତ ବନ୍ଦ କରିବା ଦାବିରେ ଯୁବ ସଂଗଠନର ଅଲ୍ ଇଣ୍ଡିଆ ୟୁଥ୍ ଅର୍ଗାନାଇଜେସନ୍ (ଏଆଇଡ଼ିୱାଇଓ) ପକ୍ଷରୁ କଟକ ସ୍ଥିତ ସେସୁ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।

ସଂଗଠନର ସଭାପତି ତଥା ରାଜ୍ୟ ସଂପାଦକଙ୍କ ନେତୃତ୍ୱରେ ବିକ୍ଷୋଭକାରୀମାନେ ଶୋଭାଯାତ୍ରା ବାହାରି ସେସୁ କାର୍ଯ୍ୟାଳୟରେ ପହଞ୍ଚି ସେଠାରେ ବିକ୍ଷୋଭ କରିଥିଲେ । ଘରୋଇକରଣ ପରେ ବିଦ୍ୟୁତ୍ ସମସ୍ୟା ଆହୁରି ବୃଦ୍ଧି ପାଇଛି ବୋଲି ଏହି ଅବସରରେ ଆୟୋଜିତ ପ୍ରତିବାଦ ସଭାରେ କୁହାଯାଇଛି ।

କ୍ଷତି ଭରଣା କରିବାକୁ ଜନଗଣଙ୍କ ତଣ୍ଟି ଚିପି ବିଦ୍ୟୁତ୍ ଶୁଳ୍କ ବୃଦ୍ଧି କରାଯାଉଛି ଓ ଅନ୍ୟାୟ ଭାବେ ପିଛିଲାତାରିଖରୁ ବର୍ଦ୍ଧିତ ଶୁଳ୍କ ଆଦାୟ ଘୋଷଣା କରାଯାଇଛି ।

ତେବେ ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ୍ ସଂଯୋଗ କରିବା, ଲୋଭୋଲ୍ଟେଜ୍ ସମସ୍ୟା ଦୂର କରିବା, ବିଜୁଳି କାଟ ବନ୍ଦ କରିବା ଆଦି ସମସ୍ୟାର ସମାଧାନ ଦିଗରେ କୌଣସି ପଦକ୍ଷେପ ନିଆନଯାଇ ସାଧାରଣ ଜନତାଙ୍କୁ ହଇରାଣ ହରକତ କରାଯାଉଛି ବୋଲି ଅଭିଯୋଗ କରାଯାଇଛି ।

ଦାବି ପୂରଣ ପାଇଁ ଶକ୍ତିମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସଂଗଠନପକ୍ଷରୁ ଏକ ଦାବିପତ୍ର ସେସୁ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି ଏବଂ ଦାବି ପୂରଣ ନହେଲେ ଆନ୍ଦୋଳନକୁ ତୀବ୍ରତର କରାଯିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ଏଆଇଡ଼ିୱାଇଓ, ବିଦ୍ୟୁତ, ସେସୁ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ