• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଏଫ୍ଏକ୍ୟୁ

ଏଫ୍ଏକ୍ୟୁ ମାନରେ କୋହଳ ପାଇଁ ଦାବୀ

December 28, 2010 by ଓଡିଶା ଡଟ କମ Leave a Comment

ଓଡ଼ିଶା ଡ଼ଟ୍ କମ୍ : ବାଉରୀବନ୍ଧୁ ମହାରଣା

ଭୁବନେଶ୍ୱର ୨୭(ଓଡ଼ିଶା ଡ଼ଟ୍ କମ୍) ଅଦିନିଆ ବର୍ଷା କ୍ଷତିଗ୍ରସ୍ତ ଚାଷୀ ମାନଙ୍କ ପାଇଁ ଏଫ୍ଏକ୍ୟୁ ମାନରେ କୋହଳ ଓ ମଧ୍ୟବର୍ତ୍ତୀକାଳୀନ ସହାୟତା ଘୋଷଣା କରିବାକୁ ଏନ୍ସିପି ଦାବୀ କରିଛି ।

ଏଭଳି ସଂକଟରେ ଚାଷୀଙ୍କ ପାଇଁ ତୁରନ୍ତ ହସ୍ତକ୍ଷେପ କରିବାକୁ କେନ୍ଦ୍ର କୃଷି ମନ୍ତ୍ରୀ ସଦର ପାୱାରଙ୍କୁ ଏନ୍ସିପି ବିଧାୟକ ଦଳ ନେତା ଅମର ଶତପଥୀ ସୋମବାର ଚିଠି ଲେଖି ଅନୁରୋଧ କରିଛନ୍ତି ।

ଖରିଫ ଅମଳ ସମୟରେ ବର୍ଷାର କ୍ଷତି ସବୁ ଫସଲ ଉଜାଡ଼ି ଦେଇଛି । ସମସ୍ତ ଜିଲ୍ଲାର ଚାଷୀ କ୍ଷତିଗ୍ରସ୍ତ ହୋଇଛନ୍ତି କେବଳ ଧାନ ନୁହେଁ କପା, ପରିବା, ତୈଳବୀଜ ଓ ଆଗୁଆ ରବି ଫସଲ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି ବୋଲି ସେ ଏଥିରେ ଲେଖିଛନ୍ତି ।

ରାଜ୍ୟ ସରକାର ଚାଷୀଙ୍କ ପାଇଁ ଘୋଷଣା କରିଥିବା ପ୍ୟାକେଜ ଦାବୀ ମୁତାବକ ହୋଇନାହିଁ । କେନ୍ଦ୍ର ସରକାର ଆନ୍ଧ୍ରପ୍ରଦେଶ ଏବଂ ମହାରାଷ୍ଟ୍ରକୁ ଯଥାକ୍ରମେ ଚାରି ଶହ କୋଟି ଓ ଦୁଇ ଶହ କୋଟି ଟଙ୍କା ସହାୟତା କରିଛନ୍ତି ।

ଏକ୍ଷେତ୍ରରେ ଓଡ଼ିଶାକୁ କିଛି ମିଳି ନାହିଁ ତେଣୁ ଶୀଘ୍ର ମଧ୍ୟବର୍ତ୍ତୀକାଳିନ ସହାୟତା ଦିଆଯିବା ଜରୁରୀ, ସେ ଜଣାଇଛନ୍ତି ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ମୁଖ୍ୟ ଖବର Tagged With: ଏନ୍ସିପି, ଏଫ୍ଏକ୍ୟୁ, ଚାଷୀ, ମୁଖ୍ୟ ଖବର

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ