• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

କମିଲା ଶୀତ ପ୍ରକୋପ

ଉପକୂଳ ଓଡିଶାରେ କୁହୁଡିର ପ୍ରଭାବ, ଜନଜୀବନ ଅସ୍ତବ୍ୟସ୍ତ

February 2, 2013 by ଓଡିଶା ଡଟ କମ Leave a Comment

ଓଡିଶା ଡଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ଫେବୃଆରୀ ୨(ଓଡିଶା ଡଟ୍ କମ୍)-ଶୀତ କମିଲା ବଢିଲା କୁହୁଡି । କୁହୁଡି ଯୋଗୁଁ କଲବଲ ହେଉଛନ୍ତି ଉପକୂଳ ବାସୀ । ରାଜଧାନୀର ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । ରାଜ୍ୟର ଅଧିକାଂଶ ଅଞ୍ଚଳରେ ସକାଳ ୯ଟା ପର୍ଯ୍ୟନ୍ତ କୁହୁଡି କମୁନାହିଁ ।

କୁହୁଡି ଯୋଗୁଁ ଭୁବନେଶ୍ୱରରେ ଜୀବନ ଯାତ୍ରା ପ୍ରଭାବିତ ହୋଇଛି । ବିମାନସେବାରେ ମଧ୍ୟ ବାଧା ଉପୁଜିଛି । ଗତ ଦୁଇ ଦିନ ହେଲାଣି ରାଜ୍ୟର ଉପକୁଳ ଅଞ୍ଚଳର ସକାଳ କୁହୁଡିରେ ଆଛାଦିତ ହୋଇ ରହୁଛି । ଆଭ୍ୟନ୍ତରିଣ ଜିଲ୍ଲାରେ କୁହୁଡି ରହୁନି ସତ ଶୀତର ପ୍ରକୋପ ଏପର୍ଯ୍ୟନ୍ତ କମି ନାହିଁ ।

ଫୁଲବାଣୀ ଓ ସୁନ୍ଦରଗଡ଼ ଜିଲାକୁ ଛାଡ଼ିଦେଲେ ରାଜ୍ୟର ଅନ୍ୟ ସମସ୍ତ ଜିଲାରେ ସର୍ବନିମ୍ନ ତାପମାତ୍ରା ୧୦ଡ଼ିଗ୍ରୀ ସେଲସିୟସ ଉପରେ ରହିଛି । ଫୁଲବାଣୀରେ ରାତିର ସର୍ବନିମ୍ନ ତାପମାତ୍ରା ୬ଡ଼ିଗ୍ରୀ ଥିବାବେଳେ ଏହାର ଆଖପାଖ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ୫ଡ଼ିଗ୍ରୀ ତଳେ ରହିଛି ।

ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅଳ୍ପ କେତେକ ଅଞ୍ଚଳକୁ ବାଦଦେଲେ ରାଜ୍ୟର ବାକି ଅଞ୍ଚଳରେ ଶୀତ ପ୍ରକୋପ କମିବ । ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଘନ କୁହୁଡ଼ି ଦେଖାଦେବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ସୂତ୍ରରୁ ଜଣାପଡ଼ିଛି ।

ଓଡିଶା ଡଟ୍ କମ୍

 

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ଓଡିଶା ଖବର Tagged With: କମିଲା ଶୀତ ପ୍ରକୋପ, ଫୁଲବାଣୀ, ବିମାନସେବା, ରାଜଧାନୀ, ସୁନ୍ଦରଗଡ଼

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ