• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଗୋଷ୍ଠୀ-ସଂଘର୍ଷ

ଗୋଷ୍ଠୀ ସଂଘର୍ଷରେ ଚାରି ଗୁରୁତର, ଘର ପୋଡ଼ି

March 29, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ରାୟଗଡ଼ା, ମାର୍ଚ୍ଚ ୨୯(ଓଡ଼ିଶା ଡ଼ଟ୍ କମ୍) ରାୟଗଡ଼ା ଜିଲ୍ଲା ଚାନ୍ଦିଲି ଅଂଚଳରେ ଗୁରୁବାର ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଯୋଗୁଁ ଚାରି ଜଣ ଗୁରୁତର ଆହତ ହୋଇଥିବା ବେଳେ ଉତ୍ୟକ୍ତ ଲୋକମାନେ ୫୦ଟି ଘର ପୋଡ଼ି ଦେଇଥିବା ପୋଲିସ କହିଛି ।

ବଡଚାନ୍ଦିଲି ଗାଁର ଜଣେ ଆଦିବାସୀ ଛାତ୍ରୀ ଟ୍ୟୁସନ ସାରି ଘରକୁ ଫେରୁଥିବା ବେଳେ କଳାହାଣ୍ଡିପଡାର ଜଣେ ହରିଜନ ଯୁବକ ତାଙ୍କୁ କମେଂଟ ମାରିଥିଲେ । ଏହି ଘଟଣାକୁ କେନ୍ଦ୍ରକରି ପ୍ରଥମେ ବଚସା ଓ ଗଣ୍ଡଗୋଳ ହୋଇଥିଲା ଓ ଏହା ସଂଘର୍ଷର ରୂପ ନେଇଥିଲା ।

ପଥର ଢେଲାମାଡ଼ରେ ବଡ଼ଚାନ୍ଦିଲି ଗ୍ରାମର ଦୁଇ ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା ବେଳେ କଳାହାଣ୍ଡି ପଡ଼ା-ନୂଆପଡ଼ା ଗ୍ରାମରେ କେତେକ ଲୋକ ୫୦ଟି ଘରେ ନିଅାଁ ଲଗାଇ ଦେଇଛନ୍ତି ।

ଆହତ ମାନଙ୍କୁ ପ୍ରଥମେ ସ୍ଥାନୀୟ ଡ଼ାକ୍ତରଖାନାରେ ଭର୍ତି କରାଯାଇଥିଲା ଏବଂ ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି । ସଂପୃକ୍ତ ଅଂଚଳରେ ଉତ୍ତେଜନା ଲାଗି ରହିଥିବାରୁ ପାଂଚ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ଗୋଷ୍ଠୀ-ସଂଘର୍ଷ, ଘର ପୋଡ଼ି

ଗୋଷ୍ଠୀ ସଂଘର୍ଷରେ ୧୨ ଆହତ

November 28, 2011 by ଓଡିଶା ଡଟ କମ

ଓଡ଼ିଶା ଡ଼ଟ୍ କମ୍ : ଆଶିଷ ସେନାପତି

କେନ୍ଦ୍ରାପଡ଼ା, ନଭେମ୍ବର ୨୮(ଓଡ଼ିଶା ଡ଼ଟ୍ କମ୍) କେନ୍ଦ୍ରାପଡ଼ା ଜିଲ୍ଲାରେ ସୋମବାର ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୧୨ ଜଣ ଆହତ ହୋଇଥିବା ପୋଲିସ କହିଛି ।

ଦିଲାରପୁର ଗ୍ରାମର କେତେ ଜଣ ଲୋକ ଫକିରାବା ଗ୍ରାମର ଜଣେ ବ୍ୟକ୍ତିଙ୍କୁ ଦୁର୍ବ୍ୟବହାର କରିଥିବା ବେଳେ ଏହାକୁ ନେଇ ଫକିରାବା ଗ୍ରାମର ପ୍ରାୟ ୫୦ ଜଣ ଲୋକ ଏବଂ ଦିଲାରପୁର ଗ୍ରାମାବସୀଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା ।

ଏହି ଘଟଣାରେ ସଂପୃକ୍ତ ଅଭିଯୋଗରେ ଆଠ ଜଣଙ୍କୁ ଗିରଫ କରିଥିବା କେନ୍ଦ୍ରାପଡ଼ା ଥାନାର ଜଣେ ଅଧିକାରୀ କହିଛନ୍ତି । ଆହତ ବ୍ୟକ୍ତି ମାନଙ୍କୁ ଜିଲ୍ଲା ସରକାରୀ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

କୌଣସି ଅପ୍ରୀତିକର ପରିସ୍ଥିତିକୁ ଦୃଷ୍ଟିରେ ରଖି ସଂପୃକ୍ତ ଅଂଚଳରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ମୁଖ୍ୟ ଖବର Tagged With: କେନ୍ଦ୍ରାପଡ଼ା ଜିଲ୍ଲା, ଗୋଷ୍ଠୀ-ସଂଘର୍ଷ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ