• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଚେନ୍ନାଇ

ଚେନ୍ନାଇରେ ଓଡ଼ିଶା ଭବନ ନିର୍ମାଣ ପାଇଁ ଶିଳାନ୍ୟାସ

May 11, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ମଇ ୧୨(ଓଡ଼ିଶା ଡ଼ଟ୍ କମ୍) ତାମିଲନାଡ଼ୁ ରାଜଧାନୀ ଚେନ୍ନାଇରେ ଓଡ଼ିଶା ଭବନର ନିର୍ମାଣ ପାଇଁ ଶିଳାନ୍ୟାସ କରାଯାଇଛି ।

ଶୁକ୍ରବାର ଏହି ଅବସରରେ ଆୟୋଜିତ ସ୍ୱତନ୍ତ୍ର ଉସତ୍ସବରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଜୟଲଳିତା ଶୁଭ ଦେଇଛନ୍ତି ।

କେନ୍ଦ୍ରୀୟ ଚେନ୍ନାଇ ଅଞ୍ଚଳରେ ନିର୍ମାଣ ହେବାକୁ ଥିବା ଏହି ଭବନ ପାଇଁ ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଆବଶ୍ୟକ ଜମି ଯୋଗାଇ ଦେଇଛନ୍ତି ।

ଦୁଇ ରାଜ୍ୟ ମଧ୍ୟରେ ଥିବା ପ୍ରାଚୀନ ସଂପର୍କ ଆଧାରରେ ଦୁଇ ରାଜ୍ୟବାସୀ ଆଗାମୀଦିନରେ ସହଯୋଗର ନୂତନ ଅଧ୍ୟାୟ ସୃଷ୍ଟି କରିପାରିବେ ବୋଲି ଏହି ଅବସରରେ ନବୀନ କହିଥିଲେ ।

ତାମିଲନାଡୁ ମୁଖ୍ୟମନ୍ତ୍ରୀ ଜୟଲଳିତାଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ନବମ ଦଶନ୍ଧିର ପ୍ରଥମ ଭାଗରେ ତାଙ୍କ ସ୍ୱର୍ଗତ ପିତା ବିଜୁପଟ୍ଟନାୟକ କିଭଳି ବହୁବାର ତାମିଲନାଡୁ ଆସୁଥିଲେ ତାହା କହିଥିଲେ ।

ଚେନ୍ନାଇରେ ଓଡ଼ିଶା ଭବନ ପ୍ରତିଷ୍ଠା ହେଲେ ରାଜ୍ୟବାସୀଙ୍କର ବହୁିନର ଆଶା ପୂରଣ ହେବ ବୋଲି ସେ କହିଛନ୍ତି ।

ଚେନ୍ନାଇ ଠାରେ ୭୬ ତମ ଓଡ଼ିଶା ଦିବସ ପାଳନ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜୟଲଳିତା ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଓ ଓଡ଼ିଶୀ ନୃତ୍ୟଶିଳ୍ପୀ କୁମକୁମ୍ ମହାନ୍ତିଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ଓଡ଼ିଶା ଭବନ, ଚେନ୍ନାଇ

ମୁଖ୍ୟମନ୍ତ୍ରୀଙ୍କ ଚେନ୍ନାଇ ଗସ୍ତ ସ୍ଥଗିତ

April 4, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର,ଅପ୍ରେଲ ୪(ଓଡ଼ିଶା ଡ଼ଟ୍ କମ୍) ମାଓବାଦୀଙ୍କ ଦ୍ୱାରା ଅପହୃତ ଇଟାଲୀୟ ପର୍ଯ୍ୟଟକ ଏବଂ ବିଧାୟକଙ୍କ ମୁକ୍ତି ନେଇ କୌଣସି ନିଷ୍ପତି ହୋଇପାରିନଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଚେନ୍ନାଇ ଗସ୍ତକୁ ବର୍ତମାନ ପାଇଁ ସ୍ଥଗିତ ରଖାଯାଇଛି ।

ଗୁରୁବାର ଓ ଶୁକ୍ରବାର ସେ ଦୁଇଦିନିଆ ଚେନ୍ନାଇ ଗସ୍ତରେ ଯାଇ ୬ରେ ଭୁବନେଶ୍ୱର ଫେରିଆସିବାର କାର୍ଯ୍ୟକ୍ରମ ରହିଥିଲା । ଗସ୍ତ ଅବସରରେ ସେ ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଜୟଲଳିତାଙ୍କ ଉପସ୍ଥିତିରେ ଓଡ଼ିଶା ଭବନର ଭୂମି ପୂଜା କାର୍ଯ୍ୟକ୍ରମରେ ଯୋଗ ଦେବାର ଥିଲା ।

ଏହାବ୍ୟତୀତ ବିଶିଷ୍ଟ କୃଷି ବିଜ୍ଞାନି ତଥା ଏମ୍ଏସ୍ ଫାଉଣ୍ଡେସନ ଅଧ୍ୟକ୍ଷ ଏମ୍ଏସ୍ ସ୍ୱାମୀନାଥନଙ୍କ ସହ ସାକ୍ଷାତ କରି ରାଜ୍ୟରେ କୃଷିର ବିକାଶ ଦିଗରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଥିଲା ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ଇଟାଲୀୟ ପର୍ଯ୍ୟଟକ, ଚେନ୍ନାଇ, ବିଧାୟକ, ମୁଖ୍ୟମନ୍ତ୍ରୀ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ