• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଜଳକଷ୍ଟ

ଜଳକଷ୍ଟ ଅଂଚଳରେ ଟ୍ୟାଙ୍କର ଦ୍ୱାରାପାଣି ଯୋଗାଇବାକୁ ନିର୍ଦ୍ଦେଶ

March 1, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ମାର୍ଚ୍ଚ ୧(ଓଡ଼ିଶା ଡ଼ଟ୍ କମ୍) ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜଳକଷ୍ଟ ଅଂଚଳରେ ଲୋକଙ୍କୁ ଟ୍ୟାଙ୍କର ଜରିଆରେ ପାଣି ଯୋଗାଇବା ସହ ଏହାର ମୁକାବିଲା ପାଇଁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ଗୁରୁବାର ନିର୍ଦ୍ଦେଶ ଦେଇଛନ୍ତି ।

ଗ୍ରୀଷ୍ମପ୍ରବାହର ମୁକାବିଲା ପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି, ତେଣୁ ସମସ୍ତ ସଂପୃକ୍ତ ବିଭାଗ ଗୁଡ଼ିକ ଜିଲ୍ଲା ପ୍ରଶାସନ ସହିତ ସମନ୍ୱୟ ରକ୍ଷା କରି ପ୍ରସ୍ତୁତ ଓ ପଦକ୍ଷେପ ସଂପର୍କରେ ଠିକ୍ ଭାବେ ମନିଟରିଂ କରିବା ପାଇଁ ସେ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଏହି ସମୟରେ ଗାଁ ଓ ସହର ଗୁଡ଼ିକୁ ଅବିରତ ପାନୀୟ ଜଳ ଯୋଗାଣ ନିଶ୍ଚିତ କରିବା ତଥା ଅଚଳ ନଳକୂପ ଓ ପାଇପ୍ ଜଳ ଯୋଗାଣ ବ୍ୟବସ୍ଥାର ତୁରନ୍ତ ମରାମତି ପାଇଁ ସଂପୃକ୍ତ ବିଭାଗମାନେ ପଦକ୍ଷେପ ନେବାକୁ ସେ କହିଛନ୍ତି ।

ସେହିପରି ସ୍କୁଲ ଗୁଡ଼ିକର ସମୟ ଅବଧି, ପରୀକ୍ଷା ସମୟ ନିର୍ଘଂଟ ଏବଂ ଶ୍ରମିକ ମାନଙ୍କର କାର୍ଯ୍ୟ ସମୟରେ ଆବଶ୍ୟକ ପରିବର୍ତନ ପାଇଁ ପଦକ୍ଷେପ ନେବାକୁ କୁହାଯାଇଛି ।

ମାର୍ଚ୍ଚ ୩୧ ପରେ ଏହି ପରିବର୍ତିତ ସମୟ ନିର୍ଘଂଟ କାର୍ଯ୍ୟକାରୀ କରିବାକୁ ଥିଲେ ମଧ୍ୟ ଆଗୁଆ ଗ୍ରୀଷ୍ମ ପ୍ରଭାବ କ୍ଷେତ୍ରରେ ଏହା ଆଗରୁ କାର୍ଯ୍ୟକାରୀ କରାଯାଇପାରେ ବୋଲି ବୈଠକରେ କୁହାଯାଇଛି ।

ସ୍କୁଲ ଗୁଡ଼ିକୁ ପାନୀୟ ଜଳ ଯୋଗାଣ ଅତି ଗୁରୁତ୍ୱପୂର୍ଣ୍ଣ ତେଣୁ ଏହାକୁ ନିଶ୍ଚିତ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସମସ୍ତ ପ୍ରକାର ପକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ଗ୍ରୀଷ୍ମ ପ୍ରବାହ, ଜଳକଷ୍ଟ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ