ଓଡିଶା ଡଟ୍ କମ୍ ସମ୍ବାଦଦାତା
ଭୁବନେଶ୍ଵର, ଅକ୍ଟୋବର ୧୭ , (ଓଡିଶା ଡଟ୍ କମ୍):ସୁନ୍ଦରଗଡ ଜିଲ୍ଲାର ଏକ ରେଲୱେ ସାଇଡିଙ୍ଗ ନିକଟରେ ପ୍ରାୟ ତିରିଶ ହଜାର ଟନରୁ ଅଧିକ ଲୁହା ପଥର ବେଆଇନ ଭାବେ ଲୁଚାଇ ରଖାଯାଇଥିବା ଅଭିଯୋଗ ପରେ କେନ୍ଦ୍ର ସରକାର ଇଣ୍ଡିଆନ ବ୍ୟୁରୋ ଅଫ ମାଇନସକୁ ଏହାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।
ଜିଲ୍ଲାର କୋଇଡା ଅଞ୍ଚଳରେ ଥିବା ରେଞ୍ଡ଼ା ରେଲୱେ ସାଇଡିଂ ନିକଟରେ ପ୍ରାୟ ଦୁଇଶହ କୋଟି ଟଙ୍କାର ଏହି ଲୁହାପଥର ମାଟି ତଳେ ପୋତି ରଖାଯାଇଥିବା ସ୍ଥାନୀୟ ବିଜେପି କାର୍ଯ୍ୟକର୍ତ୍ତା ତଥା ଶ୍ରମିକ ସଂଗଠନ ଅଭିଯୋଗ କଲାପରେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ତଥା ସ୍ଥାନୀୟ ଲୋକ ସଭା ସାଂସଦ ଜୁଏଲ ଓରାମ ଉକ୍ତ ଅଞ୍ଚଳ ଗସ୍ତ କରି ଏହାର ତଦନ୍ତ ଦାବିକରିଥିଲେ ।
ଓରାମ ରାଜ୍ୟର ଖଣି ଉପନିର୍ଦେଶକ, ଉପଜିଲ୍ଲାପାଳ, ଜିଲ୍ଲାପାଳ ତଥା ରାଜ୍ୟ ଖଣି ସଚିବ ଇତ୍ୟାଦିଙ୍କୁ ତୁରନ୍ତ ହସ୍ତକ୍ଷେପ କରିବାକୁ ପରାମର୍ଶ ଦେଇଥିଲେ । ଜୁଏଲଙ୍କ ଦାବି ପରେ ସ୍ଥାନୀୟ ଖଣି ଉପନିର୍ଦେଶକ ଏହି ସାଇଡିଙ୍ଗ ରେ କୌଣସି ଅନିୟମିତତା ହୋଇନଥିବା ଦର୍ଶାଇଥିଲେ ।
ରାଜ୍ୟ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ମଧ୍ୟ “ସେମିତି କିଛି ହୋଇନାହିଁ, କେନ୍ଦ୍ରମନ୍ତ୍ରୀଙ୍କ ଅଭିଯୋଗ ମିଥ୍ୟା ଓ ରାଜନୈତିକ ଉଦେଶ୍ୟ ପ୍ରଣୋଦିତ” ବୋଲି କହିଥିଲେ । ତେବେ କିପରି ଏତେ ପରିମାଣର ଲୁହା ପଥର ସାଇଡିଂ ନିକଟରେ ରହିଛି ସେ ସଙ୍କ୍ରାନ୍ତରେ ସେମାନେ କିଛି କହି ନଥିଲେ ।
ତେବେ ରାଜ୍ୟ ଖଣି ମନ୍ତ୍ରୀଙ୍କ ମନ୍ତବ୍ୟ ଉପରେ ଓରାମ ତୀବ୍ର ପ୍ରତିକ୍ରିୟା ପ୍ରକାଶକରିଥିଲେ । ଅଭିଯୋଗ ମିଥ୍ୟା ପ୍ରମାଣିତ ହେଲେ ସେ ରାଜନୀତି ଛାଡିଦେବେ ବୋଲି କହି ସେ କେନ୍ଦ୍ର ଖଣି ମନ୍ତ୍ରୀଙ୍କୁ ଏହି ଘଟଣାରେ ହସ୍ତକ୍ଷେପ କରି ତୁରନ୍ତ କେନ୍ଦ୍ରୀୟ ଦଳ ପଠାଇବାକୁ ଅନୁରୋଧ କରିଥିଲେ।
ଓରାମଙ୍କ ପତ୍ର ପାଇବା ପରେ କେନ୍ଦ୍ର ଖଣିମନ୍ତ୍ରୀ ନରେନ୍ଦ୍ର ସିଂ ତୋମର ଶୁକ୍ରବାର ଇଣ୍ଡିଆନ ବ୍ୟୁରୋ ଅଫ ମାଇନସକୁ ଘଟଣା ସ୍ଥଳ ପରିଦର୍ଶନ କରି ଏହାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ।
ଓଡିଶା ଡଟ କମ

ଜିଲ୍ଲାର କୋଇଡା ଅଞ୍ଚଳରେ ଥିବା ରେଞ୍ଡ଼ା ରେଲୱେ ସାଇଡିଂ ନିକଟରେ ପ୍ରାୟ ଦୁଇଶହ କୋଟି ଟଙ୍କାର ଏହି ଲୁହାପଥର ମାଟି ତଳେ ପୋତି ରଖାଯାଇଥିବା ସ୍ଥାନୀୟ ବିଜେପି କାର୍ଯ୍ୟକର୍ତ୍ତା ତଥା ଶ୍ରମିକ ସଂଗଠନ ଅଭିଯୋଗ କଲାପରେ ଓରାମ ଉକ୍ତ ଅଞ୍ଚଳ ଗସ୍ତ କରିବା ସହ ଏହାର ତଦନ୍ତ ଦାବିକରିଛନ୍ତି ।
ଜଣେ ପୂର୍ବତନ ଖଣି ବିଭାଗ ଉପନିର୍ଦ୍ଦେଶକଙ୍କ କହିବ ଅନୁଯାୟୀ ରେଳ ରେକ ରେ ଲୁହା ପଥର ଭର୍ତ୍ତି କରିବା ସମୟରେ ଟନ ପିଛା ପାଖାପାଖି ୫୦ କେଜି ରୁ ୭୦କେଜି ଲୁହାପଥର ଇତସ୍ତତ ପଡିଯାଇଥାଏ । ଏହାକୁ ସ୍ପୀଲଓଭର କୁହାଯାଏ। ଏହାକୁ ଗୋଟାଇ ପରବର୍ତ୍ତୀ ପରିବହନ ସମୟରେ ବ୍ୟବହାର କରାଯାଇଥାଏ।
କେନ୍ଦ୍ର ରାଜ୍ୟର ଆଦିବାସୀ ମାନଙ୍କ ବିକାଶ ପାଇଁ ୪୨୧ କୋଟି ଟଙ୍କାର ଅନୁଦାନ ପ୍ରଦାନ କରିଥିଲେ ମଧ୍ୟ ତାହାକୁ ଠିକ ଭାବରେ ବିନିଯୋଗ କରାଯାଉନାହିଁ । ଆଦିବାସୀଙ୍କ ବିକାଶ ପାଇଁ ଉଦ୍ଦିଷ୍ଟ ଅର୍ଥକୁ ଅନ୍ୟତ୍ର ବିନିଯୋଗ କରାଯାଉଛି ।
ଦୁଇ ଗମାଙ୍ଗ ସାହାଙ୍କୁ ତାଙ୍କ ନୂଆ ଦିଲ୍ଲୀ ସ୍ଥିତ ବାସଭବନରେ ଭେଟି ପାର୍ଟିରେ ଯୋଗଦେବା ପାଇଁ ଆଗ୍ରହ ପ୍ରକାଶ କରିଥିଲେ । ସାହଙ୍କା ସହ ସେମାନଙ୍କର ଘଣ୍ଟା ବ୍ୟାପୀ ଆଲୋଚନା ହୋଇଥିଲା ।
ବିଜେପି ବିଧାୟକ ତଥା ରାଜ୍ୟ ଜନଜାତି ମୋର୍ଚା ର ମୁଖ୍ୟ ରବି ନାୟକଙ୍କ ଅଧ୍ୟକ୍ଷତାରେ ପାର୍ଟି ରାଜ୍ୟ ମୁଖ୍ୟ କାର୍ଯ୍ୟ।ଳୟରେ ଅନୁଷ୍ଠିତ ଏହି ବୈଠକରେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ଓ କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଦର୍ଶନ ଭଗତ ଉପସ୍ଥିତ ରହି ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିଥିଲେ ।


କେନ୍ଦ୍ରର ମୋଦି ସରକାରଙ୍କ ସଫଳତାକୁ ଲୋକଙ୍କ ପାଖରେ ପହଞ୍ଚାଇବା ଉଦ୍ଦେଶ୍ୟରେ ଆରମ୍ଭ ହୋଇଥିବା ଜନ ସମ୍ପର୍କ ଅଭିଯାନର ଅଂଶ ସ୍ୱରୂପ ପଶ୍ଚିମ ଓଡିଶାର ଏହି ସହରରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଭାଗନେଇ ଓରାମ ଏହା କହିଛନ୍ତି ।
ଏହି ଚିଠା ପ୍ରସ୍ତାବରେ କେନ୍ଦ୍ରର ନରେନ୍ଦ୍ର ମୋଦୀଙ୍କ ନେତୃତ୍ଵାଧୀନ ସରକାର ହାତକୁ ନେଇଥିବା କାର୍ଯ୍ୟକ୍ରମ ଗୁଡିକୁ ପ୍ରଶଂସା କରାଯାଇଥିବା ବେଳେ, ରାଜ୍ୟର ନବୀନ ପଟ୍ଟନାୟକଙ୍କ ସରକାରକୁ ତୀବ୍ର ସମାଲୋଚନା କରାଯାଇଛି ।
ମଧ୍ୟ ସାରା ବିଶ୍ୱରେ ଏକ ଆଲୋକର କିରଣ ରୂପେ କାର୍ଯ୍ୟ କରୁଛି ।
ନ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବରେ ସ୍ଥାନୀୟ ବିଧାୟକ ଡ଼ଃ.ପ୍ରମୋଦ ମଲ୍ଲିକ, ସ୍ୱାମୀ ବିବେକାନନ୍ଦ ନ୍ୟାସନାଲ ଇନଷ୍ଟିଚ୍ୟୁଟ ଅଫ ରିହାବିଲିଟେସନ୍ ଟ୍ରେନିଂ ଆଣ୍ଡ ରିସର୍ଚ୍ଚ ଡ଼ାଇରେକ୍ଟରଙ୍କ ସମେତ ଅନ୍ୟାନ୍ୟ ପଦାଧିକାରୀ ପ୍ରମୁଖ ଯୋଗଦେଇଥିଲେ ।