• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ନିର୍ବାଚିତ ପ୍ରତିନିଧି

ନିର୍ବାଚିତ ପ୍ରତିନିଧି ଚାପରେ କାହିଁକି ଇସ୍ତଫା ଦେବେ: ନବୀନ

April 30, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ଅପ୍ରେଲ ୩୦(ଓଡ଼ିଶା ଡ଼ଟ୍ କମ୍) ଗଣତାନ୍ତ୍ରିକ ପଦ୍ଧତିରେ ଜଣେ ନିର୍ବାଚିତ ଜନ ପ୍ରତିନିଧି ଚାପରେ କାହିଁକି ଇସ୍ତଫା ଦେବେ ବୋଲି ଲକ୍ଷ୍ମୀପୁର ବିଧାୟକ ଝିନ୍ନ ହିକକାଙ୍କ ଇସ୍ତଫା ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର କହିଛନ୍ତି ।

ମାଓବାଦୀଙ୍କ କବଳରୁ ମୁକ୍ତ ହେବାପାଇଁ ବିଧାୟକ ହିକକା ବିଧାୟକ ତଥା ବିଜେଡ଼ିର ସଦସ୍ୟ ପଦରୁ ଇସ୍ତଫା ଦେବେ ବୋଲି ପ୍ରଜାକୋର୍ଟରେ ପ୍ରତିଶ୍ରୁତି ଦେଇଥିଲେ ।

ଅନ୍ୟପକ୍ଷରେ ବିଧାୟକ ଝିନ୍ନ ହିକକା ପତ୍ନୀ କୌଶଲ୍ୟା, ଦୁଇ ପୁଅ, ମନ୍ତ୍ରୀ ରମେଶ ମାଝୀ ଏବଂ ବିଧାୟକ ରଘୁରାମ ପୋଡାଲଙ୍କ ସହ ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ହିକକାଙ୍କୁ ତାଙ୍କ ସ୍ୱାସ୍ଥ୍ୟବସ୍ଥା ବିଷୟରେ ପଚାରିଥିଲେ । ବିଧାୟକ ଅପହରଣ ସମୟରେ କେଉଁ ପରିସ୍ଥିତିର ସମ୍ମୁଖିନ ହୋଇଥିଲେ ସେ ସଂପର୍କରେ ହିକକା କହିଥିଲେ ।

ଦୀର୍ଘ ୩୪ଦିନ ସେ ମାଓବାଦୀ ଶିବିରରେ ଥିଲେ ଏବଂ ବର୍ତମାନ ଏମ୍ଏଲ୍ଏ କଲୋନୀରେ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଗତ ମାର୍ଚ୍ଚ ୨୩ରେ କୋରାପୁଟ ଜିଲ୍ଲା ୟାପୁଟ ଠାରୁ ମାଓବାଦୀମାନେ ହିକକାଙ୍କୁ ଅପହରଣ କରିନେଇଥିଲେ ଏବଂ ଗତ ୨୬ରେ ମୁକ୍ତ କରିଥିଲେ ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ଓଡିଶା ଖବର, ମୁଖ୍ୟ ଖବର Tagged With: ଝିନ୍ନ ହିକକା, ନିର୍ବାଚିତ ପ୍ରତିନିଧି, ବିଧାୟକ, ମୁଖ୍ୟମନ୍ତ୍ରୀ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ