• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ପଞ୍ଚବାର୍ଷିକ ଯୋଜନା

ଜଳସେଚନ ଲାଗି ୫ ବର୍ଷରେ ୨୨ ହଜାର କୋଟି ଟଙ୍କା ଖର୍ଚ୍ଚହେବ

December 10, 2012 by ଓଡିଶା ଡଟ କମ Leave a Comment

ଓଡିଶା ଡଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର,ଡିସେମ୍ବର ୧୦(ଓଡିଶା ଡଟ୍ କମ୍)-୫ ବର୍ଷରେ ଜଳସେଚନ ସୁବିଧାଲାଗି ୨୨ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ । ଅଧିକ ୯.୩୬ ଲକ୍ଷ ହେକ୍ଟର ଚାଷଜମିକୁ ଏଥିରେ ଜଳସେଚନ ସୁବିଧା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ଆଇନମନ୍ତ୍ରୀ ରଘୁନାଥ ମହାନ୍ତି ସୋମବାର ଦିନ ବିଧାନ ସଭାରେ ଏ ବିଷୟ ପ୍ରକାଶ କରିଛନ୍ତି ।

ଆଜି ବିଧାନସଭାରେ ବିରୋଧିଦଳ ପକ୍ଷରୁ ଆଗତ ଜଳସେଚନ ସଂପର୍କିତ ମୁଲତବୀ ପ୍ରସ୍ତାବ ଆଲୋଚନାର ଉତରରେ ମନ୍ତ୍ରୀ କହିଛନ୍ତି ଯେ,୨୦୧୨-୧୩ ଆର୍ଥିକ ବର୍ଷରୁ ଏହି କାର୍ଯକ୍ରମ ଆରମ୍ଭ କରାଯାଇ ୨୦୧୬-୧୭ ବର୍ଷରେ ଶେଷ କରାଯିବ ।

ଦ୍ୱାଦଶ ପଞ୍ଚବାର୍ଷିକ ଯୋଜନାରେ ସରକାର ଅଧିକ ୧୫ ପ୍ରତିଶତ ଚାଷଜମିକୁ ଜଳସେଚିତ କରିବାର ଧାର୍ଯ୍ୟ କରିଛନ୍ତି । ସେଥିପାଇଁ ୧୫ ହଜାର ଚେକଡ୍ୟାମ ନିର୍ମାଣ କରାଯିବ । ସେହିପରି ୭୫ ହଜାର ଗଭୀର ନଳକୂପ ଜରିଆରେ ୧.୫୦ ଲକ୍ଷ ହେକ୍ଟର ଚାଷଜମିକୁ ଜଳସେଚନ ସୁବିଧା ଦିଆଯିବ । ସେହିପରି ୫ ବର୍ଷରେ ୯,୭୦୪ ଉଠାଜଳସେଚନ ପ୍ରକଳ୍ପ ନିର୍ମାଣ କରାଯିବ ।

ସେହିପରି ୧୭୪ଟି ବୃହତ ଉଠା ଜଳସେଚନ ପ୍ରକଳ୍ପ ନିର୍ମାଣ କରାଯାଇ ୨,୧୪ ଲକ୍ଷ ହେକ୍ଟର ଜମିକୁ ଜଳ ଯୋଗାଇ ଦିଆଯିବ । ୩୪୨ ହଜାର ହେକ୍ଟର ଜଳସେଚିତ ଜମିରେ ଜଳସେଚନ ବ୍ୟବସ୍ଥାର ପୁରରୁଦ୍ଧାର ଓ ସୁଦୃଢୀକରଣ କରାଯିବ ।

ଦ୍ୱାଦଶ ପଞ୍ଚବାର୍ଷିକ ଯୋଜନା କାଳରେ ୧୫ଗୋଟି ନିର୍ମାଣାଧିନ ବୃହତ ଓ ମଧ୍ୟମ ଜଳସେଚନ ସଂପୂର୍ଣ୍ଣ କରାଯିବାକୁ ଲକ୍ଷ୍ୟଧାର୍ଯ୍ୟ ହୋଇଛି ବୋଲି ମନ୍ତ୍ରୀ କହିଛନ୍ତି ।

ଓଡିଶା ଡଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ଓଡିଶା ଖବର Tagged With: ଚାଷଜମି, ଜଳସେଚନ, ପଞ୍ଚବାର୍ଷିକ ଯୋଜନା, ମୁଖ୍ୟମନ୍ତ୍ରୀ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ