ୟୋଗେଶ ଭାୟାଣୀ
ଦୁବାଇ, ମାର୍ଚ ୨୮ ( ଓଡିଶା ଡଟ କମ)ସଂଯୁକ୍ତ ରାଷ୍ଟ୍ର ଏମିରେଟସ ରେ ବାସ କରୁଥିବା ପ୍ରବାସୀ ଓଡ଼ିଆ କୁନି ଝିଅ ମାନଙ୍କର ସମୂହ ଦୁବାଇର ଗ୍ଲୋବାଲ ଭିଲେଜର ଇଣ୍ଡିଆ ପେଭିଲିଅନରେ ନିକଟରେ ପରିବେଷଣ କରିଥିବା ଓଡ଼ିଶୀ ନୃତ୍ୟ ସମସ୍ତଙ୍କ ଦ୍ଵାରା ପ୍ରଶଂସିତ ହୋଇଛି ।

“ତପସ୍ୟା ଡ୍ୟାନ୍ସର୍ସ” ର ଛାତ୍ରୀ ଅକ୍ସୀତା ଶତପଥୀ, ଆଞ୍ଚଲ ପରିଡା, ଅନିଶା ଲେଙ୍କା, ଅଶ୍ଵିନା ବକ୍ସି, ପ୍ରାଚୀ ଭାୟାଣୀ, ପ୍ରାର୍ଥନା ପ୍ରତାପ ସିଂ, ରୁପଲ ମହାପାତ୍ର ଓ ତମନ୍ନା ରଥ, ଗୁରୁ ରଶ୍ମୀ ରାଜଙ୍କ ମାର୍ଗଦର୍ଶନରେ ମହିଷାମର୍ଦ୍ଧିନୀ ଓଡିଶୀ ନୃତ୍ୟ ପରିବେଷଣ କରିଥିଲେ ।
ଦୁବାଇର ଗ୍ଲୋବାଲ ଭିଲେଜ ବିଶ୍ୱର ଅନ୍ୟତମ ବୃହତ୍ତମ ପାରିବାରିକ, ସାଂସ୍କୃତିକ, ପର୍ଯ୍ୟଟନ, ଅବକାଶ ଏବଂ ମନୋରଞ୍ଜନର ଏକ ମଞ୍ଚ ଯେଉଁଠାରେ ୭୫ଟି ଦେଶର କଳାକାର ଭାଗ ନେଇ ନିଜର କଳାକୃତି ପ୍ରଦର୍ଶନ କରିଥାନ୍ତି ।
“ମୋର ଛାତ୍ର ମାନେ ସୁନ୍ଦର ନୃତ୍ୟ ପରିବେଷଣ କରି ସୁଦୂର ଦୁବଇ ମାଟିରେ ଆମ ଜନ୍ମଭୂମିର ଗୌରବ ଓ ସଂସ୍କୃତିର ଝଲକ ପ୍ରଦର୍ଶିତ କରିପାରିଥିବାରୁ ମୁ ଗର୍ବିତ”, ନୃତ୍ୟ ଗୁରୁ ରଶ୍ମୀ ରାଜ ଓଡିଶା ଡଟ କମ କୁ କହିଛନ୍ତି।
ଉପସ୍ଥିତ ଥିବା ଦର୍ଶକ ପିଲାମାନଙ୍କର ନୃତ୍ୟ ରେ ମନ୍ତ୍ରମୁଗ୍ଧ ହୋଇଥିଲେ ଓ ଉଭୟ ଦର୍ଶକ ଏବଂ ଗ୍ଲୋବାଲ ଭିଲେଜର ଆୟୋଜକ ମାନେ ଏହି ନୃତ୍ୟ ପରିବେଷଣକୁ ଖୁବ ପସନ୍ଦ କରିଥିଲେ ।
ଓଡିଶା ଡଟ କମ

ଏଆଇ ବର୍ଷା ପଣ୍ଡ ପାର୍କରେ ଅନୁଷ୍ଠିତ ଏହି ଗୋଟିଏ ଦିନ ବ୍ୟାପି କାର୍ଯ୍ୟକ୍ରମରେ ଭାଗ ନେଇଥିବା ବ୍ୟକ୍ତି ଓ ପରିବାରର ସଦସ୍ୟ ମାନେ ସମ୍ବଲପୁରୀ ବସ୍ତ୍ର ପରିଧାନ କରିଥିଲେ ଓ ପଶ୍ଚିମ ଓଡିଶାର ଲୋକପ୍ରିୟ ପାରମ୍ପରିକ ଖାଦ୍ଯ ଯଥା ମାଂସ ତରକାରୀ ଓ ଆମ୍ବିଳ ସମସ୍ତଙ୍କୁ ପରସା ଯାଇଥିଲା ।
ସମ୍ବଲପୁରୀ ଗୀତ ଓ ନୃତ୍ୟବାଦ୍ୟର ତାଳେ ତାଳେ ଦର୍ଶକ ଝୁମିଉଠିଥିଲେ । ଚଳିତ ବର୍ଷ କାର୍ଯ୍ୟକ୍ରମର ମୁଖ୍ୟ ଆକର୍ଷଣ ଥିଲେ ବିଶ୍ଵ ଦୃଷ୍ଟିହୀନ କ୍ରିକେଟ ପରିଷଦ ଓ ଜାତୀୟ ଦୃଷ୍ଟିହୀନ କ୍ରିକେଟ ଦଳର କର୍ମ କର୍ତ୍ତା ମାନେ।
ଏହି ଅବସରରେ ବରଗଡର ପଙ୍କଜ ଭୁଏ ଓ ଭୁବନେଶ୍ବରର ମହମ୍ମଦ ଜଫର ଇକବଳ ଜାତୀୟ ଦୃଷ୍ଟିହୀନ କ୍ରିକେଟ ଦଳର ସଦସ୍ୟ ଭାବେ କ୍ରିକେଟ ଖେଳି ଖ୍ଯାତି ଅର୍ଜନ କରିଥିବାରୁ ସେମାନକୁ ସମ୍ମାନିତ କରା ଯାଇଥିଲା।
ଉଭୟ ଏହି କାର୍ଯ୍ୟକ୍ରମରେ ସ୍ଵତନ୍ତ୍ର ଅତିଥି ଭାବେ ଯୋଗଦାନ କରିଥିଲେ। ଏଠାରେ ଉଲ୍ଲେଖଯୋଗ୍ୟଯେ ପଶ୍ଚିମ ଓଡିଶା ପରିବାର ଦୁବାଇ ତରଫରୁ ୨୦୧୬ରେ ଆୟୋଜିତ ନୂଆଖାଇ ଭେଟ ଘାଟ କାର୍ଯ୍ୟକ୍ରମରେ ଲୋକପ୍ରିୟ ରଙ୍ଗବତୀ ଗୀତର ଗାୟକ ଜିତେନ୍ଦ୍ରିୟ ହରିପାଳଙ୍କୁ ଓ ୨୦୧୭ ପୁଷପୁନି କାର୍ଯ୍ୟକ୍ରମରେ ପଦ୍ମଶ୍ରୀ ହଳଧର ନାଗଙ୍କୁ ସମ୍ମାନିତ କରା ଯାଇଥିଲା।
ପଶ୍ଚିମ ଓଡିଶା ପରିବାର ଦୁବାଇ ନିୟମିତ ଭାବରେ ପଶ୍ଚିମ ଓଡିଶାର କଳା ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ବିଭିନ୍ନ ସମୟରେ କାର୍ଯ୍ୟକ୍ରମ ମାନ ଆୟୋଜନ କରି ଆସୁଛନ୍ତି।
ମୁମ୍ବାଇ, ସେପ୍ଟେମ୍ବର ୩୦ (ଓଡିଶା ଡଟ କମ ) ପଶ୍ଚିମ ଓଡିଶା ପରିବାର –ମୁମ୍ବାଇ ଦ୍ଵାରା ଏକାଦଶ “ନୂଆଖାଇ ଭେଟଘାଟ -୨୦୧୭” ସେପ୍ଟେମ୍ବର ୨୪ ରବିବାର ସ୍ଵତନ୍ତ୍ରବୀର ସଭରକର ସଭାଗାର, ଦାଦର, ମୁମ୍ବାଇ ଠାରେ ଆୟୋଜିତ କରଯାଇଥିଲା।
ଅନେକ ବଲିଉଡ ସିନେମାର ସେଲେବ୍ରିଟି ଖଳନାୟକ ଶ୍ରୀ ଆଶୀଷ ବିଦ୍ୟାର୍ଥୀ ଉତ୍ସବରେ ଯୋଗଦାନକରି ସମ୍ବଲପୁରୀ ସଂସ୍କୃତିର ପ୍ରଚାର ପ୍ରସାର ନିମିତ୍ତ ଆୟୋଜକ ମାନଙ୍କର ପ୍ରୟାସକୁ ପ୍ରସଂଶା କରିଥିଲେ। ଦର୍ଶକମାନଙ୍କ ଅନୁରୋଧରେ ସେ ମଧ୍ୟ ସମ୍ବଲପୁରୀ ସଙ୍ଗୀତର ତାଳେ ତାଳେ ନାଚି ଉଠିଥିଲେ।
ସମସ୍ତ ଅତିଥିଙ୍କୁ ଆୟୋଜକ ମାନଙ୍କ ତରଫରୁ ସମ୍ବଲପୁରୀ ବସ୍ତ୍ର ଓ ମୋମେଣ୍ଟୋ ପ୍ରଦାନ କରି ସମ୍ମାନିତ କରାଯାଇଥିଲା।
ଆୟୋଜନ କମିଟି ମେଧାବୀ ତଥା ଖେଳକୁଦ ଓ କଳା କ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପ୍ରୋତ୍ସାହିତ କରିଥିଲେ। ଏହି ଅବସରରେ ସମ୍ବଲପୁରୀ ବସ୍ତ୍ର ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।
ସମ୍ବଲପୁରୀ କପଡାକୁ ନେଇ ଡିଜାଇନର ବସ୍ତ୍ର ପ୍ରସ୍ତୁତ କରୁଥିବା ଏକ ସମ୍ବଲପୁର ସ୍ଥିତ କମ୍ପାନୀ “Traditional Vougue” ଅନୁକୂଲ୍ୟରେ ସମ୍ବଲପୁରୀ ବସ୍ତ୍ରକୁ ନେଇ ଏକ ଫାଶନ ସୋ ଅନୁଷ୍ଠିତ ହୋଇଥିଲା। ସମସ୍ତ ପ୍ରତିଭାଗୀଙ୍କୁ ଖିରୀ ଓ ମଣ୍ଡାପିଠା ଦ୍ଵାରା ଆପ୍ୟାୟିତ କରାଯାଇଥିଲା।
ଆଯୋଜକମାନଙ୍କ ତରଫରୁ SBI General Life Insurance, National Payment Corporation of India, Tata Motors, IDBI Capital, Traditional Vouge, ବୈଶାଖୀ , Union Bank, Canara Bank, Ferro Tech India, Siddhi Trade matrix, Bank of India ଓ ଓଡିଶା ସରକାରଙ୍କ ସଂସ୍କୃତି ବିଭାଗକୁ କୃତଜ୍ଞତା ଜ୍ଞାପନ କରାଯାଉଛି। ଆଯୋଜକମାନଙ୍କ ତରଫରୁ ଓ ଟିଭି ଓ କଳିଙ୍ଗ ଟିଭିକୁ ଉତ୍ସବର ପ୍ରସାରଣପାଇଁ କୃତଜ୍ଞତା ଜ୍ଞାପନ କରାଯାଉଛି।
ଟ୍ରଷ୍ଟ ର ଏହି ମହୋତ୍ସବରେ ଓଡିଶା , ସୁଦୂର ମୁମ୍ବାଇ ଏବଂ ଭାରତର ଅନ୍ଯାନ୍ଯ ସ୍ଥାନରୁ ବ୍ୟକ୍ତି ମାନେ ଆସି ଯୋଗ ଦେଇଥିବା ଏହାର ସମ୍ପାଦକ ଅରିନ୍ଦମ ମିଶ୍ର ସୂଚନା ଦେଇଛନ୍ତି।
ଏହି କାର୍ଯ୍ୟକ୍ରମରେ ଉଭୟ ରାଜ୍ୟର ପ୍ରବାସୀ ଉପସ୍ଥିତ ଥିବା ସହିତ ଅନ୍ୟରାଜ୍ୟର ପ୍ରବାସୀଙ୍କ ଉପସ୍ଥିତି ଦେଖିବାକୁ ମିଳିଥିଲା। “ଓଡ଼ିଆ ପୁଅ”ର “ତ୍ରୟୋଦଶ ବୋଇତ ବନ୍ଦାଣ ଉତ୍ସବ”ର ପ୍ରସ୍ତୁତି – ଏହି “ସମନ୍ୱୟ” କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର ତୈଳ ତଥା ପ୍ରାକୃତିକ ବାଷ୍ପ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇଥିଲେ।





ଏହା ପୂର୍ବରୁ କେନ୍ଦ୍ର ସରକାରଙ୍କ ଖାଉଟି ବ୍ୟାପାର ମନ୍ତ୍ରାଳୟରେ ଯୁଗ୍ମ ସଚିବ ଭାବେ କାର୍ଯ୍ୟ କରିଥିବା ପରିଡା ହେଉଛନ୍ତି ଅରୁଣାଚଳ ପ୍ରଦେଶ -ଗୋଆ-ମିଜୋରାମ ଓ କେନ୍ଦ୍ର ଶାସିତ ଅଞ୍ଚଳ କ୍ୟାଡରର ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ।
୧୪ କ୍ରଶ ମାଲେଶ୍ଵରମ ଠାରେ ଥିବା ସହରର ସେବା ସଦନ ଅଡିଟୋରିଅମରେ ଏହି ବିଶେଷ କାର୍ଯ୍ୟକ୍ରମ ସନ୍ଧ୍ୟା ୫.୩୦ ରେ ଆରମ୍ଭ ହେବ ବୋଲି ଜଣେ ଆୟୋଜକ ଓଡିଶା ଡଟ୍ କମ୍ କୁ ଜଣାଇଛନ୍ତି ।