• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ପ୍ରାମାଣିକ ଚଳଚିତ୍ର

ନବକଳେବର ଊପରେ ପ୍ରାମାଣିକ ଚିତ୍ର ‘ଦେବତା ହୋଇଲେ ମରଇ’ (ଭିଡିଓ )

May 9, 2015 by News Bureau Leave a Comment

ଓଡିଶା ଡଟ କମ ସଂବାଦ ଦାତା

ଭୁବନେଶ୍ୱର,ମଇ ୯ (ଓଡିଶା ଡଟ କମ) ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନବକଳେବର ଊପରେ ଆଧାରିତ ପ୍ରାମାଣିକ ଚଳଚିତ୍ର “ଦେବତା ହୋଇଲେ ମରଇ”ର ନିକଟରେ ଲୋକାର୍ପଣ ହୋଇଯାଇଛି । ନବକଳେବର ସହ ଜଡିତ ବଭିନ୍ନ ତଥ୍ୟ ତଥା ଗବେଷଣାକୁ ପାଥେୟ କରି ପ୍ରସ୍ତୁତ ଏହି ଚଳଚିତ୍ର ଜଗନ୍ନାଥଙ୍କ ଜନ୍ମମୃତ୍ୟୁର ଭାବପ୍ରବଣ ଯାତ୍ରାକୁ ସରଳ, ସାବଲୀଳ ଢଙ୍ଗରେ ଉପସ୍ଥାପନା କରିବାକୁ ପ୍ରୟାସ କରିଛି ।

ସମୟର କରାଳ କାଳିମାରେ ଶରୀର କ୍ଷଣସ୍ଥାୟୀ, ମରଣଶୀଳ ପାର୍ଥିବ ଶରୀର ପାଇଁ ମୃତ୍ୟୁ ହିଁ ଏକ ମାତ୍ର ସତ୍ୟ । ଅପୁର୍ବ ଏହି ଚିରନ୍ତନ ସତ୍ୟକୁ ମାନବ ସମାଜରେ ପ୍ରତିପାଦିତ କରିବା ପାଇଁ ଲୀଳାମୟ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କର ଜରାକାଳୀନ ପୁନର୍ଜନ୍ମର ଲୀଳା “ନବକଳେବର” ।

ନୂତନ ପୀଢ଼ିକୁ “ନବକଳେବର” କ’ଣ ପ୍ରଶ୍ନର ଉତ୍ତର ଦେବାପାଇଁ ଚେଷ୍ଟା କରିଛି ଏହି ଆଧ୍ୟାତ୍ମିକ ସୃଜନଶୀଳତା ସହ ପ୍ରସ୍ତୁତ ପ୍ରମାଣିକ ଚିତ୍ର । ଏହାର ଉପସ୍ଥାପନା ଶୈଳୀ ବିଶ୍ଲେଷଣାତ୍ମକ, ଗବେଷଣାମୂଳକ, ସୃଜନ ଓ ସମ୍ବେଦନଶୀଳ ଉଭୟ ସାଧାରଣ ଦର୍ଶକ ଓ ବୁଦ୍ଧିଜୀବିମାନଙ୍କୁ ଆକୃଷ୍ଟ କରିବ ବୋଲି ପ୍ରଯୋଜନା ସଂସ୍ଥା ଲାଇଟ ହାଉସ୍ ଆଶା କରିଛି ।

ସୁପରିଚିତ ଲେଖକ ତଥା ସ୍ତମ୍ଭକାର ଡକ୍ଟର ବିବୁଧରଞ୍ଜନଙ୍କ ଦ୍ୱାରା ଲିଖିତ ଏହି ଚଳଚିତ୍ର ସୁନ୍ଦର ସଂପାଦନା ଓ ଉନ୍ନତମାନର ଆନିମେସନ କାର୍ଯ୍ୟ ସହ ଏକ ଜାତୀୟ ସ୍ତରର ପ୍ରୟାସ । ସଂଜୟ କାନୁନଗୋ ଓ ଗୁରୁଜୀ ଶ୍ୱେତଚନ୍ଦନଙ୍କ ନିର୍ଦ୍ଦେଶନାରେ ଏହି ଚଳଚିତ୍ର ଉଭୟ ଓଡିଆ ଏବଂ ଇଂରାଜୀ ଭାଷାରେ ଦୁଇଟି ଭାଗରେ ନିର୍ମାଣ କରାଯାଇଛି ।

ଇଂରାଜୀ ଭାଷାର ସ୍କ୍ରିପ୍ଟ ପ୍ରସ୍ତୁତ କରିଛନ୍ତି ବିଶିଷ୍ଟ ଇଂରାଜୀ ସାମ୍ବାଦିକ ଶ୍ରୀ ସନ୍ଦୀପ ସାହୁ । ଇଣ୍ଡିଆନ ଅଏଲ କର୍ପୋରେସନ ଲିମିଟେଡର ସହାୟତାରେ ପ୍ରସ୍ତୁତ ଏହି ଚଳଚିତ୍ରର ଦ୍ୱିତୀୟ ଭାଗଟି ଜୁଲାଇ ମାସରେ ରଥଯାତ୍ରା ଦିନ ଲୋକାର୍ପଣ ହେବାର ଯୋଜନା ରହିଛି ।

ଓଡିଶା ଡଟ କମ

News Bureau
News Bureau

Filed Under: ବିଶେଷ ଖବର, ମନୋରଞ୍ଜନ Tagged With: ଦେବତା ହୋଇଲେ ମରଇ, ନବକଳେବର, ପ୍ରାମାଣିକ ଚଳଚିତ୍ର, ଶ୍ରୀ ଜଗନ୍ନାଥ

ନବକଳେବର ଊପରେ ନିର୍ମିତ ପ୍ରାମାଣିକ ଚଳଚିତ୍ରର ଲୋକାର୍ପଣ

May 3, 2015 by News Bureau 1 Comment

ଓଡିଶା ଡଟ କମ ସଂବାଦ ଦାତା

ଭୁବନେଶ୍ୱର,ମଇ ୩ (ଓଡିଶା ଡଟ କମ) ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନବକଳେବର ଊପରେ ଆଧାରିତ ପ୍ରାମାଣିକ ଚଳଚିତ୍ର “ଦେବତା ହୋଇଲେ ମରଇ”ର ଏଠାରେ ରବିବାର ଲୋକାର୍ପଣ ହୋଇଯାଇଛି ।

dvd coverଏ ସମ୍ପର୍କିତ ଆୟୋଜିତ ଏକ ଉତ୍ସବରେ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ମେଫେୟାର ପ୍ରାଙ୍ଗଣରେ ଏହି ଚଳଚିତ୍ରର ଲୋକାର୍ପଣ କରିଥିଲେ ।

ନବକଳେବର ସହ ଜଡିତ ବଭିନ୍ନ ତଥ୍ୟ ତଥା ଗବେଷଣାକୁ ପାଥେୟ କରି ପ୍ରସ୍ତୁତ ଏହି ଚଳଚିତ୍ର ଜଗନ୍ନାଥଙ୍କ ଜନ୍ମମୃତ୍ୟୁର ଭାବପ୍ରବଣ ଯାତ୍ରାକୁ ସରଳ, ସାବଲୀଳ ଢଙ୍ଗରେ ଉପସ୍ଥାପନା କରିବାକୁ ପ୍ରୟାସ କରିଛି ।

ଚଳଚିତ୍ରର ଉପସ୍ଥାପନା ଶୈଳୀ ବିଶ୍ଲେଷଣାତ୍ମକ, ଗବେଷଣାମୂଳକ, ସୃଜନ ଓ ସମ୍ବେଦନଶୀଳ ଯାହା ଉଭୟ ସାଧାରଣ ଦର୍ଶକ ଓ ବୁଦ୍ଧିଜୀବିମାନଙ୍କୁ ଆକୃଷ୍ଟ କରିବ ବୋଲି ପ୍ରଯୋଜନା ସଂସ୍ଥା ଲାଇଟ ହାଉସ୍ ପକ୍ଷରୁ କୁହାଯାଇଛି ।

ସୁପରିଚିତ ଲେଖକ ତଥା ସ୍ତମ୍ଭକାର ଡକ୍ଟର ବିବୁଧରଞ୍ଜନଙ୍କ ଦ୍ୱାରା ଲିଖିତ ଏହି ଚଳଚିତ୍ର ସୁନ୍ଦର ସଂପାଦନା ଓ ଉନ୍ନତମାନର ଆନିମେସନ କାର୍ଯ୍ୟ ସହ ଏକ ଜାତୀୟ ସ୍ତରର ପ୍ରୟାସ ।film

ସଂଜୟ କାନୁନଗୋ ଓ ଗୁରୁଜୀ ଶ୍ୱେତଚନ୍ଦନଙ୍କ ନିର୍ଦ୍ଦେଶନାରେ ଏହି ଚଳଚିତ୍ର ଉଭୟ ଓଡିଆ ଏବଂ ଇଂରାଜୀ ଭାଷାରେ ଦୁଇଟି ଭାଗରେ ନିର୍ମାଣ କରାଯାଇଛି ।

ଇଂରାଜୀ ଭାଷାର ସ୍କ୍ରିପ୍ଟ ପ୍ରସ୍ତୁତ କରିଛନ୍ତି ବିଶିଷ୍ଟ ଇଂରାଜୀ ସାମ୍ବାଦିକ ଶ୍ରୀ ସନ୍ଦୀପ ସାହୁ । ଇଣ୍ଡିଆନ ଅଏଲ କର୍ପୋରେସନ ଲିମିଟେଡର ସହାୟତାରେ ପ୍ରସ୍ତୁତ ଏହି ଚଳଚିତ୍ରର ଦ୍ୱିତୀୟ ଭାଗଟି ଜୁଲାଇ ମାସରେ ରଥଯାତ୍ରା ଦିନ ଲୋକାର୍ପଣ ହେବାର ଯୋଜନା ରହିଛି ।

ଓଡିଶା ଡଟ କମ

News Bureau
News Bureau

Filed Under: ମନୋରଞ୍ଜନ Tagged With: ନବକଳେବର, ପ୍ରାମାଣିକ ଚଳଚିତ୍ର

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ