• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ବିଦେଶୀ ପର୍ଯ୍ୟଟକ

ଅପହୃତଙ୍କ ମୁକ୍ତି ପାଇଁ ୨୭ ବନ୍ଦୀଙ୍କୁ ଛାଡ଼ିବାକୁ ନିଷ୍ପତି

April 4, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ଅପ୍ରେଲ ୪(ଓଡ଼ିଶା ଡ଼ଟ୍ କମ୍) ଅପହୃତ ବିଦେଶୀ ପର୍ଯ୍ୟଟକ ଏବଂ ବିଧାୟକଙ୍କ ମୁକ୍ତି ପାଇଁ ୨୭ ଜଣ ବନ୍ଦୀଙ୍କୁ ଜେଲ୍ ରୁ ଖଲାସ କରିବାକୁ ସରକାର ବୁଧବାର ନିଷ୍ପତି ଗ୍ରହଣ କରିଛନ୍ତି ।

ସଂଧ୍ୟାରେ କ୍ୟାବିନେଟ୍ ବୈଠକ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଣମାଧ୍ୟମକୁ ଏସଂପର୍କରେ କହିଛନ୍ତି ।

ବିଧାୟକ ଝିନ୍ନ ହିକକାଙ୍କ ମୁକ୍ତି ପାଇଁ କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ଥିବା ଚାଷି ମୂଲିଆ ଆଦିବାସୀ ସଂଘର ୧୫ ଜଣ ସଦସ୍ୟ ଏବଂ ୮ ଜଣ ମାଓବାଦୀଙ୍କୁ ଜେଲରୁ ଖଲାସ କରିବାକୁ ନିଷ୍ପତି ନିଆଯାଇଛି ବୋଲି ସେ କହିଛନ୍ତି ।

ସେହିପରି ସିପିଆଇ ମାଓବାଦୀ ସଂଗଠନର ଓଡ଼ିଶା କମିଟି ଦ୍ୱାରା ଅପହୃତ ପର୍ଯ୍ୟଟକ ବାସୁସ୍କୋ ପାଓଲୋଙ୍କ ମୁକ୍ତି ପାଇଁ ମଧ୍ୟସ୍ଥିଙ୍କ ଦ୍ୱାରା ଦିଆଯାଇଥିବା ତାଲିକା ମଧ୍ୟରୁ ଚାରି ଜଣଙ୍କୁ ଖଲାସ କରିବାକୁ ନିଷ୍ପତି ନିଆଯାଇଛି, ସେ କହିଛନ୍ତି ।

ଉଭୟ ବିଧାୟକ ଏବଂ ପର୍ଯ୍ୟଟକଙ୍କ ମୁକ୍ତି ପାଇଁ ଜେଲରୁ ଖଲାସ ହେବାକୁ ଥିବା ବ୍ୟକ୍ତିଙ୍କ ନାମ ଗୁରୁବାର ଘୋଷଣା କରାଯିବ, ସେ କହିଛନ୍ତି ।

ଗତ ୧୪ ତାରିଖରେ କନ୍ଧମାଳ ଜିଲ୍ଲାରୁ ମାଓବାଦୀମାନେ ଦୁଇ ଇଟାଲୀୟ ପର୍ଯ୍ୟଟକ ୫୪ ବର୍ଷ ବୟସ୍କ ବାସୁସ୍କୋ ପାଓଲୋ ଓ ୬୧ ବର୍ଷ ବୟସ୍କ କ୍ଲାଉଡ଼ିଓ କୋଲାଞ୍ଜେଲୋଙ୍କୁ ଅପହରଣ କରିନେଇଥିଲେ ।

ତେବେ ଗତ ୨୫ ତାରିଖରେ କନ୍ଧମାଳ ଜିଲ୍ଲାରେ ମାଓବାଦୀମାନେ କ୍ଲାଉଡ଼ିଓ କୋଲାଞ୍ଜେଲୋଙ୍କୁ କେତେକ ଗଣମାଧ୍ୟମ ପ୍ରତିନିଧିଙ୍କୁ ହସ୍ତାନ୍ତର କରିଥିଲେ ।

ସେହିପରି ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀରୁ ପ୍ରତିନିଧିତ୍ୱ କରୁଥିବା ବିଜେଡ଼ି ବିଧାୟକ ହିକକାଙ୍କୁ ମାଓବାଦୀମାନେ ଗତ ମାର୍ଚ୍ଚ ୨୪ରେ କୋରାପୁଟ ଜିଲ୍ଲାରୁ ଅପହରଣ କରିନେଇଥିଲେ ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ଓଡିଶା ଖବର, ମୁଖ୍ୟ ଖବର Tagged With: କୋରାପୁଟ, ଗଣମାଧ୍ୟମ, ଝିନ୍ନ ହିକକା, ବିଦେଶୀ ପର୍ଯ୍ୟଟକ, ବିଧାୟକ

କୋରାପୁଟକୁ ବିଦେଶୀ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ କଟକଣା

April 3, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ଅପ୍ରେଲ ୩(ଓଡ଼ିଶା ଡ଼ଟ୍ କମ୍) ମାଓବାଦୀଙ୍କ ଅପହରଣକୁ ଦୃଷ୍ଟିରେ ରଖି କୋରାପୁଟ ଜିଲ୍ଲାକୁ ବିଦେଶୀ ପର୍ଯ୍ୟଟକଙ୍କ ଗସ୍ତ ଉପରେ ଜିଲ୍ଲା ପ୍ରଶାସନ କଟକଣା ଜାରି କରିଛନ୍ତି ।

ଦୁଇ ବିଦେଶୀ ପର୍ଯ୍ୟଟକ ଏବଂ ବିଧାୟକଙ୍କ ଅପହରଣ ପରେ ଜିଲ୍ଲାପାଳ ଏ ସଂପର୍କରେ ନିର୍ଦ୍ଦେଶନାମା ଜାରି କରି ସମସ୍ତ ଟୁର୍ ଅପରେଟରଙ୍କୁ ପତ୍ର ଦ୍ୱାରାଜଣାଇଛନ୍ତି ବୋଲି ଜଣେ ଅଧିକାରୀ ମଙ୍ଗଳବାର କହିଛନ୍ତି ।

ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତି ନିଆଯାଇଛି ଏବଂ ଏହି ସମୟ ମଧ୍ୟ କୌଣସି ପର୍ଯ୍ୟଟକଙ୍କୁ ଆସିବା ପାଇଁ ଅନୁମତି ଦିଆଯିବ ନାହିଁ ବୋଲି କୁହାଯାଇଛି ।

ଗତ ଶନିବାର ରାୟଗଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟ ଜିଲ୍ଲାକୁ ବିଶେୀ ପର୍ଯ୍ୟଟକଙ୍କ ଗସ୍ତ ଉପରେ କଟକଣା ଜାରି କରାଯାଇଥିଲା ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ବିଦେଶୀ ପର୍ଯ୍ୟଟକ, ମାଓବାଦୀ

ବଣ୍ଡାଙ୍କ ଫଟୋ ପ୍ରଦର୍ଶନ: ଟ୍ରାଭେଲ ଏଜେନ୍ସି ବିରୁଦ୍ଧରେ ମାମଲା

January 27, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ଜାନୁୟାରୀ ୨୮(ଓଡ଼ିଶା ଡ଼ଟ୍ କମ୍) ବିଦେଶୀ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ଟୁର୍ ଓ ଟ୍ରାଭେଲ ଏଜେନ୍ସି ଗୁଡ଼ିକ ଆଦିମ ଅଧିବାସୀ ବଣ୍ଡା ସଂପ୍ରଦାୟଙ୍କ ନଗ୍ନ ଫଟୋ ଫଟୋ ପ୍ରଦର୍ଶନ କରିବା ଅଭିଯୋଗ ପରେ ପୋଲିସ ମାମଲା ରୁଜୁ କରିଛି ।

ଏସଂପର୍କରେ କାର୍ଯ୍ୟାନୁଷ୍ଠାନ ପାଇଁ ସରକାର ନିର୍ଦ୍ଦେଶ ଦେବାପରେ ଶୁକ୍ରବାର ଶହୀଦନଗର ଥାନାରେ ଡ଼ୋଭ୍ ଟୁର୍ ଆଣ୍ଡ ଟ୍ରାଭେଲ୍ସ ବିରୋଧରେ ମାମଲା ରୁଜୁ କରାଯାଇଛି ।

ସେହିପରି ଏଭଳି କାର୍ଯ୍ୟ କରୁଥିବା ଅନ୍ୟ ଟ୍ରାଭେଲ୍ସ ଏଜେନ୍ସି ବିରୁଦ୍ଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ।

ମାଲକାନଗିରି ଜିଲ୍ଲାରେ ବସବାସ କରୁଥିବା ବଣ୍ଡା ଅଧିବାସୀଙ୍କ ନଗ୍ନ ଚିତ୍ରକୁ ଟ୍ରାଭେଲ ଏଜେନ୍ସି ସେମାନଙ୍କ ୱେବସାଇଟ୍ ଜରିଆରେ ବିଜ୍ଞାପନ ପ୍ରଚାର କରୁଥିବା ଅଭିଯୋଗ ଉପରେ ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ ପ୍ରକାଶ କରିବା ସହ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ଫଟୋ ପ୍ରଦର୍ଶନ, ବିଦେଶୀ ପର୍ଯ୍ୟଟକ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ