• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ବିମାନବନ୍ଦର

ଓଡ଼ିଶା ଆସୁଛନ୍ତି ନୂଆ ରାଜ୍ୟପାଳ ଏସ୍.ସି.ଜମିର

March 19, 2013 by ଓଡିଶା ଡଟ କମ Leave a Comment

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର,ମାର୍ଚ ୧୯(ଓଡ଼ିଶା ଡ଼ଟ୍ କମ୍)-ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ରାଜ୍ୟପାଳ ଭାବେ କାର୍ଯ୍ୟକାଳ ସରିବା ପରେ ମଙ୍ଗଳବାର ନୂଆ ରାଜ୍ୟପାଳ ସେନାୟଙ୍ଗବା ଚୁବାତୋଶୀ ଜମିର ଓଡ଼ିଶା ଆସୁଛନ୍ତି ।

ସେ ଆଜି ସଂଧ୍ୟା ସାଢେ ସାତଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚି ରାଜଭବନକୁ ଯିବେ । ଚଳିତ ମାସ ୨୧ତାରିଖରେ ତାଙ୍କର ରାଜ୍ୟପାଳ ଭାବେ ଶପଥଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି । ଏଥିପାଇଁ ରାଜଭବନରେ ପ୍ରସ୍ତୁତି ଆରମ୍ଭ ହୋଇଛି ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ଓଡିଶା ଖବର Tagged With: ଓଡିଶା, ବିମାନବନ୍ଦର, ରାଜଭବନ, ରାଜ୍ୟପାଳ ଚନ୍ଦ୍ରକାନ୍ତ ଭଣ୍ଡାରେ

ଭୁବନେଶ୍ୱର ବିମାନବନ୍ଦରକୁ ଅନ୍ତର୍ଜାତୀୟ ମାନ୍ୟତା ଦାବି

March 9, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ନୂଆିଲ୍ଲୀ, ମାର୍ଚ୍ଚ ୯(ଓଡ଼ିଶା ଡ଼ଟ୍ କମ୍) ଭୁବନେଶ୍ୱର ସ୍ଥିତ ବିଜୁ ପଟ୍ଟନାୟକ ବିମାନବନ୍ଦରକୁ ଅନ୍ତର୍ଜାତୀୟ ମାନ୍ୟତା ଦେବାକୁ ଓଡ଼ିଶା ସରକାର କେନ୍ଦ୍ର ନିକଟରେ ଦାବି କରିଛନ୍ତି ।

ଗତ ମଙ୍ଗଳବାର ଠାରୁ ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଅଜିତ ସିଂହଙ୍କୁ ସାକ୍ଷାତ କରି ଦାବି ଉପସ୍ଥାପନ କରିଛନ୍ତି ।

ଓଡ଼ିଶାକୁ ଆକାଶ ମାର୍ଗରେ ଯିବା ଆସିବା ପାଇଁ ବ୍ୟାପକ ବ୍ୟବସ୍ଥା ନଥିବାରୁ ଅଧିକ ସଂଖ୍ୟାରେ ବିଦେଶୀ ପର୍ଯ୍ୟଟକ ରାଜ୍ୟକୁ ଆସିପାରୁ ନାହାନ୍ତି ବୋଲି ନବୀନ କହିଛନ୍ତି । ରାଜ୍ୟରେ ଅନ୍ତର୍ଜାତୀୟ ବିମାନବନ୍ଦର ନଥିବା ବେଳେ କେବଳ ଗୋଟିଏ ବିମାନ ବନ୍ଦରରେ କାର୍ଯ୍ୟ ଚାଲୁଛି ।

ଅନ୍ତର୍ଜାତୀୟ ବିମାନବନ୍ଦର ନିମନ୍ତେ ବେସାମରିକ ବିମାନ ଚଳାଚଳ କର୍ତୃପକ୍ଷଙ୍କୁ ରାଜ୍ୟ ସରକାର ଆବଶ୍ୟକୀୟ ସହାୟତା ଯୋଗାଇ ଦେବେ ବୋଲି ନବୀନ କହିଛନ୍ତି । ଏହାସହ ଝାରସୁଗୁଡ଼ାରେ ବିମାନବନ୍ଦର ପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ସେ କହିଛନ୍ତି ।

ତେବେ ଅନ୍ତର୍ଜାତୀୟ ମାନ୍ୟତା ମଂଜୁର ପାଇଁ ମନ୍ତ୍ରାଳୟ ଖୁବ୍ଶୀଘ୍ର ଏକ ନୋଟ୍ ପ୍ରସ୍ତୁତ କରି କ୍ୟାବିନେଟ୍ ରେ ଉପସ୍ଥାପନ କରିବ ବୋଲି ସିଂହ ମୁଖ୍ୟମନ୍ତ୍ରୀଙ୍କୁ ପ୍ରତିଶୃତି ଦେଇଛନ୍ତି ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ପର୍ଯ୍ୟଟକ, ବିଜୁ ପଟ୍ଟନାୟକ, ବିମାନବନ୍ଦର

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ