• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ସଂରକ୍ଷଣ

ଭିନ୍ନକ୍ଷମଙ୍କ ପାଇଁ ତିନି ପ୍ରତିଶତ ସଂରକ୍ଷଣ ନିଷ୍ପତି

August 1, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ଅଗଷ୍ଟ ୧(ଓଡ଼ିଶା ଡ଼ଟ୍ କମ୍) ରାଜ୍ୟର ଭିନ୍ନକ୍ଷମଙ୍କ ପାଇଁ ଚୁକ୍ତିଭିତ୍ତିକ ନିଯୁକ୍ତି ଏବଂ ଆଉଟ୍ ସୋର୍ସିଂରେ ତିନି ପ୍ରତିଶତ ସଂରକ୍ଷଣ ନିମନ୍ତେ ସରକାର ନିଷ୍ପତି ନେଇଛନ୍ତି ।

ଏ ସଂପର୍କରେ ବୁଧବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ମହାତ୍ମା ଗାନ୍ଧୀ ନରେଗାରେ ମଧ୍ୟ ଭିନ୍ନକ୍ଷମଙ୍କ ପାଇଁ ନିଯୁକ୍ତି ସୁଯୋଗ ଚିହ୍ନଟ କରାଯାଇଛି ।

ସେମାନଙ୍କ ନିମନ୍ତେ ଏହି ଯୋଜନାରେ ଅଧିକ ନିଯୁକ୍ତି ସୃଷ୍ଟି ପାଇଁ ମୁଖମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଭିନ୍ନକ୍ଷମଙ୍କ ଖାଦ୍ୟ ନିରାପତ୍ତା ପାଇଁ ୭୫ ପ୍ରତିଶତରୁ ଅଧିକ ଅକ୍ଷମ ବ୍ୟକ୍ତିଙ୍କୁ ଦୁଇ ଟଙ୍କାରେ ମାସିକ ୧୦ କିଗ୍ରା ଚାଉଳ ଯୋଗାଇ ଦିଆଯାଉଛି । ଏହି ଯୋଜନାରେ ୭୦ ହଜାର ହିତାଧିକାରୀ ଉପକୃତ ହେଉଛନ୍ତି ।

ଭିନ୍ନକ୍ଷମଙ୍କ ବିଭିନ୍ନ ଆପତି ଅଭିଯୋଗର ଶୁଣାଣି ପାଇଁ ଜିଲ୍ଲାପାଳ ମାନଙ୍କୁ ଡ଼େପୁଟି କମିଶନର ଫର୍ ଡ଼ିଜାବିଲିଟି ଭାବରେ ଘୋଷଣା କରାଯାଇଛି ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ଭିନ୍ନକ୍ଷମ, ମୁଖମନ୍ତ୍ରୀ, ସଂରକ୍ଷଣ

ପୌରପରିଷଦରେ ମହିଳାଙ୍କ ପାଇଁ ସଂରକ୍ଷଣ ବୃଦ୍ଧି ନିଷ୍ପତି

July 13, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ଜୁଲାଇ ୧୩(ଓଡ଼ିଶା ଡ଼ଟ୍ କମ୍) ରାଜ୍ୟର ବିଭିନ୍ନ ପୌରପରିଷଦ, ବିଜ୍ଞାପିତ ଅଞ୍ଚଳ ତଥା ମହାନଗର ନିଗମ ମାନଙ୍କରେ ମହିଳା ମାନଙ୍କ ପାଇଁ ସଂରକ୍ଷଣ ୩୩ ପ୍ରତିଶତରୁ ୫୦ ପ୍ରତିଶତକୁ ବୃଦ୍ଧି କରିବାକୁ ସରକାର ନିଷ୍ପତି ଗ୍ରହଣ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଏହା ଘୋଷଣା କରିଥିବା ବେଳେ ଏହାଦ୍ୱାରା ନିର୍ବାଚିତ ପୌରପରିଷଦ ଗୁଡ଼ିକରେ ମହିଳା ମାନଙ୍କ ପ୍ରତିନିଧିତ୍ୱ ବୃଦ୍ଧି ପାଇବା ସହିତ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମକୁ ଆଗେଇ ନେବାରେ ବିଶେଷ ସହାୟକ ହେବ ବୋଲି ସେ କହିଛନ୍ତି ।

ଉଲ୍ଲେଖଯୋଗ୍ୟ, ଗତ ପଞ୍ଚାୟତ ନିର୍ବାଚନ ସମୟରେ ପଞ୍ଚାୟତିରାଜ ଅନୁଷ୍ଠାନ ମାନଙ୍କରେ ମହିଳା ମାନଙ୍କ ପାଇଁ ୫୦ ପ୍ରତିଶତସ୍ଥାନ ସଂରକ୍ଷଣ ରଖାଯାଇଛି ।

ନବେଦଶକରେ ସ୍ୱର୍ଗତ ବିଜୁ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଥିବା ସମୟରେ ମହିଳା ମାନଙ୍କ ପାଇଁ ବିଭିନ୍ନ ପଞ୍ଚାୟତିରାଜ ଅନୁଷ୍ଠାନ, ପୌରପରିଷଦ ତଥା ସରକାରୀ ଚାକିରୀରେ ୩୩ ପ୍ରତିଶତ ସ୍ଥାନ ସଂରକ୍ଷଣ କରିଥିଲେ ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ପୌରପରିଷଦ, ମହିଳା, ସଂରକ୍ଷଣ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ